Odia News Portal

ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି, ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ଅସନ୍ତୋଷ

ପୁରୀ ଶ୍ରୀମନ୍ଦିର ପ୍ରଶାସନର ୨୦୨୬ କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ । କ୍ୟାଲେଣ୍ଡରରେ ମହାପ୍ରଭୁଙ୍କର ଯେଉଁ ଚିତ୍ର ସ୍ଥାନିତ କରାଯାଇଛି ସେଥିରେ ଗୁରୁତର ତ୍ରୁଟି ଥିବା ପରିଲକ୍ଷିତ ହୋଇଛି । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସ୍ଥାନରେ ପ୍ରଭୁ ବଳଭଦ୍ର ଏବଂ ବଳଭଦ୍ରଙ୍କ ସ୍ଥାନରେ ଶ୍ରୀଜଗନ୍ନାଥଙ୍କ ଚିତ୍ର ଥିବା ଏକ ଫଟୋକୁ ଶ୍ରୀମନ୍ଦିର ପ୍ରଶାସନ କ୍ୟାଲେଣ୍ଡର ୨୦୨୬ ରେ ସ୍ଥାନ ଦିଆଯାଇଛି ।

ସେହିପରି ରଥଯାତ୍ରାର ଫଟୋ ମଧ୍ୟ କ୍ୟାଲେଣ୍ଡର ରେ ରହିଥିବା ବେଳେ ସେଥିରେ ମଧ୍ୟ ତ୍ରୁଟି ଦେଖିବାକୁ ମିଳିଛି । ପ୍ରଥମେ ସୁଭଦ୍ରାଙ୍କ ରଥ, ପରେ ଜଗନ୍ନାଥଙ୍କ ରଥ ଏବଂ ଶେଷରେ ଶ୍ରୀବଳଭଦ୍ରଙ୍କ ରଥ ଟଣା ଯାଉଥିବାର ସମ୍ପର୍କିତ ଚିତ୍ରର ଫଟୋ ମଧ୍ୟ କ୍ୟାଲେଣ୍ଡର ରେ ସ୍ଥାନ ପାଇଛି ।  ତେବେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକାଶିତ ୨୦୨୬ କ୍ୟାଲେଣ୍ଡରରେ ଏଭଳି ତ୍ରୁଟି କୁ ଜଗନ୍ନାଥ ପ୍ରେମୀ ଓ ଶ୍ରୀମନ୍ଦିର ସେବାୟତ ସମାଲୋଚନା କରିଛନ୍ତି । ତୁରନ୍ତ ଏହି ତ୍ରୁଟିପୂର୍ଣ୍ଣ କ୍ୟାଲେଣ୍ଡରକୁ ଶ୍ରୀମନ୍ଦିର ପ୍ରଶାସନ ପ୍ରତ୍ୟାହାର କରିନେବାକୁ ଦାବି ଜୋର ଧରିଛି । ସେପଟେ ଏନେଇ ଶ୍ରୀମନ୍ଦିର ପ୍ରଶାସନ ସହିତ ଯୋଗାଯୋଗ କରାଯାଇଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ ।