Odia News Portal

ଶ୍ରୀମନ୍ଦିରରେ ଆଜି ବନକଲାଗି ନୀତି, ସଂଧ୍ୟା ୬ରୁ ୪ ଘଣ୍ଟା ଦର୍ଶନ ବନ୍ଦ

ଆଜି ଫାଲଗୁନ କୃଷ୍ଣ ପକ୍ଷ ତୃତୀୟା ତିଥିରେ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ବନକଲାଗି ନୀତି ହେବ । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରି ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଦତ୍ତମହାପାତ୍ର ସେବକମାନଙ୍କୁ ବନକଲାଗି ନୀତି ପାଇଁ ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ସାମଗ୍ରୀ ଯୋଗାଇ ଦିଆଯାଇଛି।

ବନକଲାଗି ନୀତି ଏକ ଗୁପ୍ତ ସେବା ନୀତି । ଏଣୁ ଆଜି ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ବନକଲାଗି ନୀତି ପରେ ଶ୍ରୀଜୀଉଙ୍କ ମହାସ୍ନାନ କରାଯିବା ପରେ ପୁନର୍ବାର ଦର୍ଶନ ବ୍ୟବସ୍ଥା ଆରମ୍ଭ କରାଯିବ।