Odia News Portal

ସଂକ୍ରମଣ ରୋକିବାକୁ ଶ୍ରୀମନ୍ଦିରର ନୂଆ ଏସଓପି

ପୁରୀ: ରାଜ୍ୟରେ ବୃଦ୍ଧି ପାଉଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପାଇଁ ନୂଆ ଏସଓପି ଆଣିଛି ମନ୍ଦିର ପ୍ରଶାସନ । ଏଣିକି ପ୍ରତି ରବିବାର ଶ୍ରୀମନ୍ଦିର ବନ୍ଦ ରହିବା ସହିତ ଏହିଦିନ ସମ୍ପୂର୍ଣ୍ଣ ମନ୍ଦିରକୁ ସାନିଟାଇଜ କରିବାକୁ ପ୍ରଶାସନ ନିଷ୍ପତ୍ତି ନେଇଛି । ତେବେ ରବିବାର ମନ୍ଦିର ବନ୍ଦ ରହିବା ସହିତ ରାତିରେ ସପ୍ତାହକୁ ଦୁଇଦିନ ମନ୍ଦିର ସାନିଟାଇଜ ହେବ । ତା ସହିତ ମନ୍ଦିର ଭିତରେ କୋଭିଡ୍ ଗାଇଡଲାଇନ୍ କଡାକଡି ଭାବେ ପାଳନ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ନିଷ୍ପତ୍ତି ଗ୍ରହଣ କରିଛି ।

ତେବେ ଆଜି ରାଜ୍ୟରେ ୪୫୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୨୨୨୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୬୭ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୮୫ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।