Odia News Portal

ସମ୍ କୋଭିଡ୍ ହସ୍ପିଟାଲରୁ ସୁସ୍ଥ ହେଲେ ବର୍ଷକର ଶିଶୁ, ଭେଂଟିଲେଟରରେ ଥିଲେ ଆଠ ଦିନ

ଭୁବନଶ୍ୱର, : କରୋନା ମହାମାରୀର କରାଳ ଛାୟା ଶିଶୁମାନଙ୍କୁ ଅଧିକ ପ୍ରଭାବିତ କରିବା ସମ୍ଭାବନା ରହିଥିବା ବେଳେ ସମ୍ କୋଭିଡ୍ ହସ୍ପିଟାଲ୍ରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଗୁରୁତର ହୋଇପଡ଼ିଥିବା ବର୍ଷକର ଶିଶୁ । କରୋନା ସଂକ୍ର ମିତ ଶିଶୁଟି ଦୀର୍ଘ ୮ ଦି ନ ଧରି ଭେଂଟିଲେଟରରେ ରହିବା ପରେ ସୁସ୍ଥ ହୋଇ ହସ୍ପିଟାଲ୍ରୁ ଡିସ୍ଚାର୍ଜ ହୋଇଛନ୍ତି ।

ବାଲେଶ୍ୱର ନୀଳଗିରି ଅଂଚଳର ଏକ ବର୍ଷର ଶିଶୁ ଅମନ୍ ପଟ୍ଟନାୟକ ଗତ ୨୧ ତାରି ଖରେ କରୋନା ସଂକ୍ରମିତ ହେବା ପରେ ଗୁରୁତର ଅବସ୍ଥାରେ ତାଙ୍କୁ ସମ୍ କୋଭିଡ୍ ହସ୍ପିଟାଲ୍ରେ ଭର୍ତି କରାଯାଇଥିଲା । ହସ୍ପିଟାଲ୍ରେ ଭର୍ତି ହେବା ସମୟରେ ପ୍ରବଳ ଜ୍ୱର ସମେତ ବାତ ରୋଗ ମଧ୍ୟ ଦେଖାଦେଇଥିଲା । ସେଥି ପାଇଁ ଶିଶୁର ଚିକିତ୍ସା କରିବା ଡାକ୍ତର ଓ ନର୍ସମାନଙ୍କ ପାଇଁ ଏକ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଥିଲା ।

ଶିଶୁପୁତ୍ରଟିକୁ ତୁରନ୍ତ ଆଇସିୟୁରେ ଭର୍ତି କରାଯାଇ ଚିକିତ୍ସା ଆରମ୍ଭ କରାଯାଇଥିଲା । ତେବେ ତା’ର ଅବସ୍ଥା ସଙ୍କଟାପନ୍ନ ହେବାରୁ ସେପ୍ଟେମ୍ବର ୨୨ ତାରିଖ ଦିନ ଭେଂଟିଲେଟରରେ ରଖାଯାଇଥିଲା । ଦୀର୍ଘ ୮ ଦିନ ଧରି ଶିଶୁଟି ଭେଂଟିଲେଟରରେ ରହିଥିବା ବେଳେ ସମ୍ କୋଭିଡ ଟିମ୍ ଅକ୍ଳାନ୍ତ ପରିଶ୍ରମ କରି ସେବା ଯତ୍ନ ଓ ଉତମ ଚିକି ତ୍ସା ଦ୍ୱାରା ଶିଶୁଟିକୁ ସୁସ୍ଥ କରିବାରେ ସକ୍ଷମ ହୋଇଥିଲେ । ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି ଆସିବାରୁ ୨୯ ତାରିଖ ଦିନ ଶି ଶୁଟିକୁ ଭଂଟିଲେଟରରୁ ବାହାର କରାଯାଇ ଅକ୍ସିଜେନ୍ ସପୋର୍ଟରେ ରଖାଯାଇଥିଲା । ଶିଶୁଟି ଆଇସିୟୁରେ ରହିଥିବା ବେଳେ ତା’ର ବାପା-ମା ହସ୍ପିଟାଲ୍ ବାହାରେ ରହି
ତା’ର କେବଳ ଆରୋଗ୍ୟ କାମନା କରିଚାଲିଥିଲେ ।

ତେବେ ଏହି ବର୍ଷକର ଶିଶୁଟିର ସବୁ ଦାୟିତ୍ୱ ନେଇଥିଲେ ସମ୍ କୋଭିଡ୍ ହସ୍ପିଟାଲ୍ର ଡାକ୍ତର, ନର୍ସ ଏବଂ କର୍ମ ଚାରୀମାନେ । ସେମାନଙ୍କର ଆପ୍ର୍ରାଣ ଉଦ୍ୟମ, ନିଷ୍ଠା ଓ ଚିକିତ୍ସା ଫଳରେ ଶିଶୁଟି ସୁସ୍ଥ ହୋଇ ହସ୍ପିଟାଲ୍ରୁ ଡିସ୍ଚାର୍ଜ ହୋଇଛି । ପୁଅ ସୁସ୍ଥ ହେବା ପରେ ସମ୍ କୋଭିଡ୍ ଟିମ୍କୁ ଅଶେଷ ଧନ୍ୟବାଦ ଓ କୃତଜ୍ଞତା ଜଣାଇଛନ୍ତି ବାପା ଜୟନ୍ତ ପଟ୍ଟନାୟକ । ସେ କହିଛନ୍ତି ସମ୍ କୋଭିଡ୍ ହସ୍ପି ଟାଲ୍ର ଉତମ ଚି କିତ୍ସା ବିଷୟରେ ଆଗରୁ କେବଳ ଶୁଣିଥିଲି । କିନ୍ତୁ ମୋ ପୁଅ ସୁସ୍ଥ ହେବା ପରେ ଏହା ଅନୁଭବ କଲି । ମୋ ପୁଅ ସମ୍ କୋଭିଡ୍ ହସ୍ପିଟାଲ୍ରେ ହିଁ ନୂଆ ଜୀବନ ପାଇଛି ବୋଲି ଜୟନ୍ତ କହିଛନ୍ତି । କେବଳ ଅମନ୍ ନୁହଁନ୍ତି ତାଙ୍କ ଭଳି ଅନେକ କୋଭିଡ୍ ସଂକ୍ର ମିତ ଶିଶୁ ସମ୍ କୋଭିଡ୍ ହସ୍ପିଟାଲ୍ରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।