Odia News Portal

ଭିଡିଓ କନଫରେନ୍ସ ପ୍ରସଙ୍ଗରେ ସୁରଙ୍କ ଅଭିଯୋଗ

ଭୁବନେଶ୍ୱର()  ବିଧାୟକମାନଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭିଡିଓ କନଫରେନ୍ସ ପ୍ରସଙ୍ଗରେ କଂଗ୍ରେସ ବିଧାୟକ ସୁର ରାଉତରାୟ ଏକ  ବଡ଼ ଅଭିଯୋଗ ଆଣିଛନ୍ତି ।  ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ବିଧାୟକଙ୍କ ସହ ଭିଡିଓ କନଫରେନ୍ସରେ ବୈଠକ କରିଥିଲେ ହେଁ ଏଥିରେ  ବିଧାୟକଙ୍କୁ କହିବାକୁ ସୁଯୋଗ ଦିଆଗଲା ନାହିଁ ବୋଲି ଶ୍ରୀ ରାଉତରାୟ କହିଛନ୍ତି ।  ଏହାଛଡ଼ା ସେ କହିଛନ୍ତି ଯେ, ବିଧାୟକଙ୍କୁ କୌଣସି ଦାୟିତ୍ୱ ଦିଆଗଲା ନାହିଁ ।  ଲୋକଦେଖାଣିଆଭାବେ ବିଧାୟକଙ୍କୁ ବୈଠକକୁ ଡକାଯାଇଥିଲା ବୋଲି ଶ୍ରୀ ରାଉତରାୟ ଅଭିଯୋଗ କରିଛନ୍ତି ।  ଏଥିସହ ସମସ୍ତଙ୍କୁ ଖୋଲାଖୋଲି ଭାବେ କାମ କରିବାକୁ ସୁଯୋଗ ଦେବା ନେଇ ସେ ଦାବି କରିଛନ୍ତି ।

କୋଭିଡ-୧୯ ସଂପର୍କରେ ବିଧାୟକମାନଙ୍କ ଏକ ସଚେତନତା କର୍ମଶାଳାକୁ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ  ବିଧାନସଭାର ମାନ୍ୟବର ବିଧାୟକ ମାନେ ବ୍ୟକ୍ତିଗତଭାବେ ନିଜର ଯତ୍ନ ନେବା ସହିତ ସେମାନଙ୍କ ଅଞ୍ଚଳରେ ଏହି ପରିସ୍ଥିତିରେ ପ୍ରେରଣାଦାୟୀ ନେତୃତ୍ବ ଦେବା ପାଇଁ  ପରାମର୍ଶ ଦେଇଥିଲେ। କୋଭିଡରେ ସଂକ୍ରମିତ ହୋଇଥିବା ୩ ଜଣ ବିଧାୟକ ଆରୋଗ୍ୟ ଲାଭ କରିଥିବାରୁ ମୁଖ୍ୟମନ୍ତ୍ରୀ ଆନନ୍ଦବ୍ୟକ୍ତ କରିଥିଲେ ।   ବିଧାୟକମାନେ ସେମାନଙ୍କ ଅଞ୍ଚଳରେ କୋଭିଡ ଯୋଦ୍ଧା ମାନଙ୍କର ଯତ୍ନ ନେବା ସହିତ ପ୍ଲାଜମା ଦାନକୁ ଉତ୍ସାହିତ କରିବା ଏବଂ ସାମାଜିକ ଦୂରତା, ମାସ୍କ ବ୍ୟବହାର ଓ ହାତ ଧୋଇବା ସଂପର୍କରେ ବ୍ୟାପକ ସଚେତନତା ସୃଷ୍ଟି ଦିଗରେ କାମ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।  ଏହି ଅବସରରେ ରାଜ୍ୟର ସାଢେ ଚାରି କୋଟି ଓଡିଆ ଭାଇଭଉଣୀଙ୍କୁ କୋଭିଡ ନିର୍ଦ୍ଦେଶାବଳୀକୁ ଅନୁପାଳନ କରିବା ପାଇଁ  ମୁଖ୍ୟମନ୍ତ୍ରୀ ନିବେଦନ କରିଥିଲେ। ସେ କହିଥିଲେ ଯେ ପ୍ରାକୃତିକ ବିପର୍ୟ୍ୟୟ ହେଉ, ବା ମହାମାରୀ ପ୍ରତ୍ୟେକଟି ମଣିଷର ଜୀବନ ରକ୍ଷା କରିବା ତାଙ୍କର ପ୍ରାଥମିକ ଦାୟିତ୍ବ। ସରକାର କୋଭିଡ ନିୟମାବଳୀକୁ କାର୍ୟ୍ୟକାରୀ କରିବା ପାଇଁ ସବୁ ଘରେ ବା ସବୁ ରାସ୍ତାରେ ରହିବା ସମ୍ଭବ ନୁହେଁ ।  ସମସ୍ତେ ଏକାଠି ହୋଇ ଏହି ମହାମାରୀ ବିରୁଦ୍ଧରେ ଲଢେଇ କରିବା  ପ୍ରତ୍ୟେକଙ୍କର ବ୍ୟକ୍ତିଗତ ଦାୟିତ୍ବ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନା କରିଥିଲେ।