Odia News Portal

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

ଭୁବନେଶ୍ୱର: ଓଡ଼ିଶା ଆଡ଼କୁ ମାଡି ଆସୁଛି ବାତ୍ୟା ୟାସ୍ । ଏନେଇ ପାଣିପାଗ ବିଭାଗର ସୂଚନା ଅନୁଯାୟୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଭାରତୀୟ ପାଣିପାଗ ବିଭାଗ ଏନେଇ ଟ୍ୱିଟ କରି ସୂଚନା ଦେଇଛି । ଆଜି ସକାଳେ ଏହା ଲଘୁଚାପର ରୂପ ନେଇଥିବା ସମୟରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ୨୩ ତାରିଖ ସକାଳ ସୁଦ୍ଧା ଏହା ଅବପାତର ରୂପ ନେବ । ସେହିପରି ୨୪ ତାରିଖରେ ଏହା ସାମୁଦ୍ରିକ ଝଡ ଅର୍ଥାତ ବାତ୍ୟାର ରୂପ ନେବ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ ।

ସେହିଭଳି ୨୫ ତାରିଖରେ ଓଡ଼ିଶା ଉପକୂଳ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ୨୬ ତାରିଖ ସକାଳେ ପଶ୍ଚିମବଙ୍ଗ ଏବଂ ଉତ୍ତର ଓଡ଼ିଶା ଉପକୂଳ ଓ ବାଂଲାଦେଶ ଉପକୂଳକୁ ବାତ୍ୟା ୟାସ୍ ଛୁଇଁବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ବାତ୍ୟା ପ୍ରଭାବରେ ୨୪ ତାରିଖରୁ ପବନ ଆରମ୍ଭ ହେବ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।