୨୪ଘଂଟାରେ ରାଜ୍ୟରେ ୬୩୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ । ଶୁନରୁ ୧୮ ବର୍ଷ ଭିତରେ ୯୩ ପିଲାଙ୍କୁ କରୋନା । ଏମାନଙ୍କ ମଧ୍ୟରୁ ୩୭୨ ଜଣ ସଂଗରୋଧରୁ ଥିବା ବେଳେ ୨୬୬ ଜଣ ସ୍ଥାନୀୟ ସଂକ୍ରମିତ । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୪୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୧୭ ଜଣ, ବାଲେଶ୍ୱରରୁ ୩୩ ଜଣ, ବରଗଡ଼ରୁ ୭ ଜଣ, ଭଦ୍ରକରୁ ୧୪ ଜଣ, ବୌଦ୍ଧରୁ ୧ ଜଣ, କଟକରୁ ୬୬ ଜଣ, ଦେବଗଡ଼ରୁ ୩ ଜଣ, ଢେଙ୍କାନାଳରୁ ୯ ଜଣ, ଗଜପତିରୁ ୯ ଜଣ, ଗଞ୍ଜାମରୁ ୪ ଜଣ, ଜଗତସିଂହପୁରରୁ ୨୨ ଜଣ, ଯାଜପୁରରୁ ୩୨ ଜଣ, ଝାରସୁଗୁଡ଼ାରୁ ୨ ଜଣ, କଳାହାଣ୍ଡିରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୧୫ ଜଣ, କେଉଁଝରରୁ ୧୪ ଜଣ, କୋରାପୁଟରୁ ୩ ଜଣ, ମାଲକାନଗିରିରୁ ୫ ଜଣ, ମୟୁରଭଞ୍ଜରୁ ୨୨ ଜଣ, ନବରଙ୍ଗପୁରରୁ ୪ ଜଣ, ନୟାଗଡ଼ରୁ ୨ ଜଣ, ପୁରୀରୁ ୧୮ ଜଣ, ରାୟଗଡ଼ାରୁ ୪ ଜଣ, ସମ୍ୱଲପୁରରୁ ୧୪ ଜଣ, ସୋନପୁରରୁ ୨ ଜଣ, ସୁନ୍ଦରଗଡ଼ରୁ ୧୫ ଜଣ ଓ ଷ୍ଟେଟ ପୁଲରୁ ୫୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।