Odia News Portal

ଆଜି ମହାପ୍ର୍ରଭୁଙ୍କ ନିଳାଦ୍ରୀବିଜେ

ପୁରୀ: ସରିଲା ୧୨ ଦିନର ନିଳା ଖେଳା । ରଥ ଉପରେ ରହି ଭକ୍ତଙ୍କୁ ଦର୍ଶନ ଦେଲେ ମହାବାହୁ । ଆଜି ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ । ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତି ପୁଣି ଗୋଟି ପହଣ୍ଡିରେ ରତ୍ନମଣ୍ଡପକୁ ବିଜେ କରିବେ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି।

ଗୁରୁବାର ବିଳମ୍ୱିତ ରାତିରେ ନୀତି ଶେଷ ପରେ ଆଜି ନୀତି ଆରମ୍ଭ ହେବ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ ସ୍ଥିର କରିଛି। ନୀତି ନିର୍ଘଣ୍ଟ ଅନୁଯାୟୀ,ଆଜି ଭୋର୍ ୪ଟାରେ ତିନି ରଥରେ ମଙ୍ଗଳ ଆଳତି ପରେ ସାଢ଼େ ୪ଟାରେ ମଇଲମ ଓ ତଡ଼ପଲାଗି, ସକାଳ ୫ଟାରେ ଅବକାଶ ନୀତି ପରେ ସକାଳ ସାଢ଼େ ୫ଟାରେ ବେଶ ଶେଷ ହେବ। ସାଢ଼େ ୬ଟାରେ ଗୋପାଳବଲ୍ଲଭ, ୭ଟାରୁ ୮ଟା ସକାଳଧୂପ, ସାଢ଼େ ୮ଟାରେ ମଇଲମ, ସାଢ଼େ ୯ଟାରେ ଯାତ୍ରାଙ୍ଗୀ ମହାସ୍ନାନ ଓ ସର୍ବାଙ୍ଗ, ପୂର୍ବାହ୍ଣ ୧୦ଟାରେ ବେଶ ଶେଷ, ସାଢ଼େ ୧୦ଟାରୁ ସାଢ଼େ ୧୧ଟା ମଧ୍ୟାହ୍ନ ଧୂପ, ପୂର୍ବାହ୍ଣ ୧୧ଟା ୪୫ରୁ ୧୨ଟା ଭିତରେ ମଇଲମ ଓ ବେଶ, ୧୨ଟା ୧୫ରେ ସନ୍ଧ୍ୟା ଆଳତି, ଅପରାହ୍ଣ ସାଢ଼େ ୧୨ଟାରୁ ସାଢ଼େ ଗୋଟାଏ ସନ୍ଧ୍ୟା ଧୂପ ନୀତି ଅନୁଷ୍ଠିତ ହେବ। ଅପରାହ୍ଣ ସାଢ଼େ ଗୋଟାଏରୁ ସାଢ଼େ ୩ଟା ଭିତରେ ତିନି ରଥରେ ଚାରବନ୍ଧା ସରିବା ପରେ ସାଢ଼େ ୩ଟାରେ ସିଂହାସନ ମାଜଣା କରାଯିବ। ୩ଟା ୫୦ରେ ପୁଷ୍ପାଞ୍ଜଳି ପରେ ଅପରାହ୍ଣ ୪ଟାରେ ପହଣ୍ଡି ଆରମ୍ଭ ହେବ।