Odia News Portal

ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ

ଆଜି ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । 

ଏହି ଲଘୁଚାପ ଫଳରେ ଆସନ୍ତା ୨୪ ଘଣ୍ଟାରେ ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଦେବଗଡ଼, ଅନୁଗୁଳ, ଯାଜପୁର, ଭଦ୍ରକ, ବାଲେଶ୍ବର ଓ ଢେଙ୍କାନାଳ ଆଦି ଜିଲ୍ଲାର କିଛି ସ୍ଥାନରେ ମଧ୍ୟ ସାମନ୍ୟ ବର୍ଷା ସହ ପାଗ ମେଘୁଆ ରହିବ ବୋଲି ସୁଚନା ମିଳିଛି । 

 ସେହିପରି ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, କେନ୍ଦୁଝର, ଯାଜପୁର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ହେବ ତେଣୁ ୪ଟି ଜିଲ୍ଲାକୁ (କେନ୍ଦ୍ରାପଡ଼ା, ଜଗତସିଂହପୁର , ଯାଜପୁର ଓ ମୟୂରଭଞ୍ଜ)ୟେଲୋ ୱାଣ୍ଣିଂ ମଧ୍ୟ ଜାରୀ କରାଯାଇଛି । ଏହି ସମୟରେ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ୩୦ ତାରିଖ ଯାଏ ସମୁଦ୍ର ଭିତରକୁ ଯିବାକୁ ମତ୍ସ୍ୟଜୀବୀମାନଙ୍କୁ ବାରଣ କରାଯାଇଛି ।

 କିଛି ଦିନ ତଳେ ଲଘୁଚାପ ଜନିତ ବର୍ଷା ଯୋଗୁଁ ରାଜ୍ୟର ଅବସ୍ଥା ବେହାଲ ହୋଇଯାଇଥିବା ବେଳେ ବର୍ତ୍ତମାନ ଆଉ ଏକ ଲଘୁଚାପ ଫଳରେ ବୁଢ଼ାବଳଙ୍ଗ ଓ ସୁବର୍ଣ୍ଣରେଖା ଆଦି ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଇବା ସହ ବନ୍ୟା ସ୍ଥିତି ମଧ୍ୟ ଉପୁଜିପାରେ ।