Odia News Portal

ନାବାଳକକୁ ୨୬୦୦୦ ଫାଇନ୍

ଭୁବନେଶ୍ୱର() ଜଣେ ନାବାଳକ ଗାଡ଼ି ଚଳାଇଥିବାରୁ ୨୬,୦୦୦ ଟଙ୍କା ଜୋରିମାନା କରିଛି ପରିବହନ ବିଭାଗ। ବାରଙ୍ଗ ରୋଡ୍ରେ ଜଣେ ନାବାଳକ ବିନା ହେଲ୍ମେଟ୍ରେ ସ୍କୁଟି ଚଳାଇ ଯାଉଥିଲେ। ଏହା ଦେଖି ଆର୍ଟିଓ ଅଧିକାରୀମାନେ ତାକୁ ଅଟକାଇ ଗାଡ଼ି କାଗଜପତ୍ର ଯାଞ୍ଚ କରିଥିଲେ। ଗାଡି ଚାଳକ ନାବାଳକ ବୋଲି ଯାଞ୍ଚ ବେଳେ ଜଣାପଡ଼ିଥିଲା। ବିନା ହେଲ୍ମେଟ୍ରେ ଗାଡ଼ି ଚଳାଉଥିବାରୁ ୧୦୦୦ ଟଙ୍କା ଜୋରିମାନା ଓ ଲାଇସେନ୍ସ ନଥିବାରୁ ୨୫,୦୦୦ ଟଙ୍କା ଜୋରିମାନା କରିଛନ୍ତି କଟକ ଆଡିସିନାଲ୍ ଆର୍ଟିଓ। ଏଥିସହ ଗାଡ଼ିକୁ ଜବତ କରି ନାବାଳକଙ୍କ ପରିବାର ଲୋକଙ୍କ ସୂଚନା ଦିଆଯାଇଛି ।