ପାରାଦ୍ଵୀପରେ ଦୁଇଦିନିଆ ମିଳିତ ସମରାଭ୍ୟାସ ସାଗର କବଚ-୨ By Swadhikar News Last updated Sep 3, 2025 ପାରାଦ୍ଵୀପରେ ଦୁଇ ଦିନିଆ ମିଳିତ ସମରାଭ୍ୟାସ ସାଗର କବଚ-୨ ଆରମ୍ଭ ହୋଇଛି। ୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣ ପରେ ଉପକୂଳର ସୁରକ୍ଷା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ତରଫରୁ ପ୍ରତ୍ୟକ ବର୍ଷ ଦୁଇଥର ଆୟୋଜିତ ହେଉଛି ଏହି ମିଳିତ ସମରାଭ୍ୟାସ ସାଗର କବଚ।ଚଳିତ ବର୍ଷର ଦ୍ବିତୀୟ ସମରାଭ୍ୟାସ ସାଗର କବଚ-୨ ଦୁଇଦିନ ଧରି ଗଭୀର ସମୁଦ୍ରରେ ଆରମ୍ଭ ହୋଇଯାଇଛି। ଏହି ମିଳିତ ସମରାଭ୍ୟାସରେ ଜଳପଥରେ ହେଉଥିବା ଆତଙ୍କବାଦୀ ଆକ୍ରମଣ ଓ ଅନୁପ୍ରବେଶକାରୀକୁ କିପରି ପ୍ରତିରୋଧ କରାଯାଇପାରିବ ଏହାର ସମସ୍ତ କଳାକୌଶଳ ପ୍ରଦର୍ଶନ କରୁଛନ୍ତି ୧୮ରୁ ଊର୍ଦ୍ଧ୍ବ ବିଭାଗ। ଗଭୀର ସମୁଦ୍ରରେ ଭାରତୀୟ ନୌସେନା, କୂଳରେ ତଟରକ୍ଷୀ ବାହିନୀ, ସାମୁଦ୍ରିକ ଥାନା ପୁଲିସ ଓ ମତ୍ସ୍ୟ ବିଭାଗ ପଇଁତରା ମାରିବା ସହିତ ଅନ୍ୟ ବିଭାଗ ଗୁଡ଼ିକ ସ୍ଥଳଭାଗରେ ଉପକୂଳକୁ ସୁରକ୍ଷା ଯୋଗାଉଛନ୍ତି।ଏହି ୧୮ରୁ ଊର୍ଦ୍ଧ୍ବ ବିଭାଗ ଇଣ୍ଡିଆନ ନ୍ୟାଭି, କୋଷ୍ଟଗାର୍ଡ, ସିଆଇଏସଏଫ, ମତ୍ସ୍ୟ ବିଭାଗ, ମେରାଇନ ପୁଲିସ, କଷ୍ଟମ ବିଭାଗ, ଅଗ୍ନିଶମ ବିଭାଗ ଓ ଓଡ଼ିଶା ପୁଲିସ, ବନ ବିଭାଗ, ପାରାଦ୍ଵୀପ ବନ୍ଦର ପ୍ରଭୃତିକୁ ଦୁଇଟି ବିଭାଗରେ ବିଭକ୍ତ କରାଯାଇଛି। ରେଡ ଟିମ ଆତଙ୍କବାଦୀଙ୍କ ରୂପରେ ଜଳପଥରୁ ଆସି ସ୍ଥଳପଥରେ ପ୍ରବେଶ କରି ଆକ୍ରମଣ କରିବାକୁ ଯୋଜନା କରିବେ ଏବଂ ଏହି ଆକ୍ରମଣକୁ ପଣ୍ଡ କରିବା ପାଇଁ ବ୍ଲୁ ଟିମ ସ୍ଥଳଭାଗରେ ପ୍ରତିରୋଧ କରିବା ସହିତ ଆକ୍ରମଣ ଉଦ୍ୟମକୁ ପଣ୍ଡ କରିବେ। ଆଜି ସକାଳୁ ଜଳପଥ ସମେତ ସ୍ଥଳପଥରେ ସମରାଭ୍ୟାସ ଆରମ୍ଭ ହୋଇଯାଇଛି। ୨୬/୧୧ ମୁମ୍ବାଇ ଆକ୍ରମଣ ପରେ ସମଗ୍ର ଭାରତ ବର୍ଷ ରେ ଥିବା ଉପକୂଳ ବନ୍ଦର ମାନଙ୍କରେ ଆୟୋଜିତ ହେଉଛି ଏହି ମିଳିତ ସମରାଭ୍ୟାସ ସାଗର କବଚ- ୨। ଏନେଇ ପାରାଦୀପର ବିଭିନ୍ନ ସମ୍ବେଦନଶୀଳ ଅଂଚଳରେ ସୁରକ୍ଷା କର୍ମୀମାନେ ସଜାଗ ରହିଥିବା ଦେଖିବାକୁ ମିଳିଛି। Sagar Kachch-2swadhikarswadhikar news Share