Odia News Portal

ଆକାଶ ମାର୍ଗରୁ ବାତ୍ୟାଞ୍ଚଳ ପରିଦର୍ଶନ କଲେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ଆଜି ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । “ୟଶ୍” ବାତ୍ୟାରେ କ୍ଷତିଗ୍ରସ୍ତ ହୋଇଥିବା ବିଭିନ୍ନ ଅଞ୍ଚଳ ଯଥା ଜଗତସିଂହପୁର, କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲ୍ଲା ଗୁଡ଼ିକର ସ୍ଥିତି ଅନୁଧ୍ୟାନ କରିଛନ୍ତି ।

ଏହି ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଜନବସତି ଏବଂ ଚାଷ ଜମି ଏବେ ବି ଜଳମଗ୍ନ ହୋଇ ରହିଛି । ପରେ ଚାନ୍ଦବାଲି ବ୍ଲକ ଧାମରା ଅଞ୍ଚଳର ବାତ୍ୟା ପ୍ରଭାବିତ ଦୋସିଙ୍ଗା , ଜାଗୁଳା ଓ ଧାମରା ଗ୍ରାମ ପଞ୍ଚାୟତ ସହ ପାଇକସାହି, ବଳଭଦ୍ର ପ୍ରସାଦ, ଝାରକଟି ଗ୍ରାମକୁ ଯାଇ ବାତ୍ୟା ପୀଡିତଙ୍କୁ ଭେଟିବେ ।