Odia News Portal

ନିଲମ୍ବିତ ଏଏସଆଇଙ ଘରେ ଭିଜିଲାନ୍ସ ଚଢ଼ାଉ

ମାଲକାନଗିରି ଜିଲ୍ଲା ମାଥିଲି ଥାନା କର୍ତ୍ତନପାଲି ଫାଣ୍ଡିର ନିଲମ୍ବିତ ଏଏସଆଇ ଜୟଦାସ ଖରାଙ୍କ ଘରେ ଭିଜିଲାନ୍ସ ରେଡ୍ । ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢ଼ାଉ କରିଛି । ମାଲକାନଗିରି, କୋରାପୁଟ ଓ ସୁନାବେଡ଼ା ସମେତ ୪ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରିଛି ଭିଜିଲାନ୍ସ । ଚଢ଼ାଉ ବେଳେ ତିନିଟି କୋଠା ଓ ଗୋଟିଏ ଡୁପ୍ଲେକ୍ସ ଠାବ କରିଛି ଭିଜିଲାନ୍ସ । ମାସକ ତଳେ ଗଞ୍ଜେଇ ଚୋରାଚାଲାଣରେ ସଂପୃକ୍ତ ଥିବା ଅଭିଯୋଗରେ ଜେଲ୍ ଯାଇଥିଲେ ଜୟଦାସ । ଜାମିନ୍

ପାଇବା ପରେ ପୋଲିସ୍ ହେଡ୍ କ୍ୱାର୍ଟସରେ ନିଲମ୍ବିତ ଭାବେ ରହୁଥିଲେ । ଜୟଦାସ ମାଥିଲି ଥାନା କର୍ତନପାଲି ବିଟ୍ ହାଉସରେ କାର୍ଯ୍ୟରତ ଥିଲେ ।