Odia News Portal

ଚାକିରିରୁ ଇସ୍ତଫା ନେଲେ 5-T ସଚିବ ଭିକେ ପାଣ୍ଡିଆନ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ତଥା ଫାଇଭ ଟି ସଚିବ ଭିକେ କାର୍ତ୍ତିକେୟନ ପାଣ୍ଡିଆନ ପ୍ରଶାସନିକ ଚାକିରିରୁ ସ୍ଵେଚ୍ଛାକୃତ ଅବସର ନେଇଛନ୍ତି। ପାଣ୍ଡିଆନଙ୍କ ଭିଆରଏସକୁ କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟ ମଞ୍ଜୁର କରିଛନ୍ତି। ଏ ନେଇ ସାଧାରଣ ପ୍ରଶାସନ ବିଭାଗ ଏସିଏସଙ୍କୁ ଚିଠି ଲେଖିଛନ୍ତି କାର୍ତ୍ତିକ ମନ୍ତ୍ରଣାଳୟ। ଭିଆରଏସ ନେବା ନେଇ ତାଙ୍କର ରାଜନୀତିରେ ପାଦ ଦେବାର ଚର୍ଚ୍ଚା ଜୋରସୋରରେ ଚାଲିଛି।