Odia News Portal

୧୨ରୁ ପ୍ରବଳ ବର୍ଷା

ଭୁବନେଶ୍ୱର() ୧୨ ତାରିଖ ଯାଏ ସାରା ଓଡ଼ିଶାରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ହେଲେ୧୨ ତାରିଖରୁ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଉତ୍ତର ଓ କେନ୍ଦ୍ରୀୟ ପଶ୍ଚିମ ଓଡ଼ିଶାରେ ବର୍ଷା ବଢିବ । ସେପଟେ ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର ଗୌରାଙ୍ଗ ଚରଣ ବେହେରା କହିଛନ୍ତି

ସେପଟେ ୩ ଦିନ ଯାଏଁ ପାଗ ଶୁଖିଲା ରହିବ । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଧୀରେ ଧୀରେ ଦୁର୍ବଳ ହେବା ସହ ଏହା ମଧ୍ୟପ୍ରଦେଶ ଉପରେ ରହିଛି। ଏଥିଯୋଗୁ ଓଡ଼ିଶାରେ ବର୍ଷା ପରିମାଣ କମିବା ସହ ସବୁ ସ୍ଥାନରେ କାଁଭାଁ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଅନୁମାନ କରିଛି।