Odia News Portal

ରାଜ୍ୟରେ ବଢିବ ତାପମାତ୍ରା

ରାଜ୍ୟରେ ଅଦିନିଆ ବର୍ଷା ସାଙ୍ଗକୁ ବଢିବ ତାପମାତ୍ରା । ପଶ୍ଚିମା ଝଡ଼ ପ୍ରଭାବରେ ଓଡିଶାରେ ଆସନ୍ତା ୨୪ ତାରିଖ ପର୍ୟ୍ୟନ୍ତ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡଘଡି ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତାକାଲି ଓ ୨୪ ତାରିଖରେ ବର୍ଷା ବଢିବ । ଏଥିପାଇଁ ୮ ଟି ଜିଲ୍ଲା କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତସିଂହପୁର, କଟକ ଏବଂ କେନ୍ଦ୍ରାପଡା ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ବର୍ଷା ସହ ସ୍ୱାଭାବିକଠାରୁ ୨ ରୁ ୩ ଡିଗ୍ରୀ ପର୍ୟ୍ୟନ୍ତ ତାପମାତ୍ରା ବଢିବ ।