Odia News Portal

ରାଜ୍ୟରୁ ସମ୍ପୂର୍ଣ୍ଣ ବିଦାୟ ନେଲା ମୌସୁମୀ

ଦକ୍ଷିଣ ପଶ୍ଚିମ ମୌସୁମୀ ବିଦାୟ ନେଇଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆଗାମୀ ୪୮ ଘଣ୍ଟା ମଧ୍ୟରେ ସାରା ଦେଶରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅପସାରଣ ହେବା ପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି ବୋଲି କୁହାଯାଇଛି ।ଆଣ୍ଡାମାନ ସାଗର ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର । ଆକଳନ ମୁତାବକ କାଲି ଅବପାତରେ ପରିଣତ ହେବ । ଉତ୍ତର ପଶ୍ଚିମ ଦିଗକୁ ଗତି କରି ୨୩ରେ ଗଭୀର ଅବପାତରେ ପରିଣତ ହେବ। ଏହାପରେ ଦିଗ ବଦଳାଇ ଉତ୍ତର ଦିଗକୁ ଯାଇ ୨୪ ତାରିଖରେ ବାତ୍ୟାର ରୂପ ନେବ ।