Odia News Portal

ରାଜ୍ୟରେ ବଢିବ ରାତି ତାପମାତ୍ରା, ଦୁଇ ଦିନ କୁହୁଡି

ରାଜ୍ୟରେ ଆସନ୍ତା ୨-୩ ଦିନ ମଧ୍ୟରେ ରାତିର ତାପମାତ୍ରା ବୃଦ୍ଧି ପାଇବ। ରାଜ୍ୟର ଅଧିକାଂଶ ସ୍ଥାନରେ ୩-୪ ଡିଗ୍ରୀ ପର୍ଯ୍ୟନ୍ତ ରାତିର ସର୍ବନିମ୍ନ ତାପମାତ୍ରା ବୃଦ୍ଧି ପାଇବ। ଏଥିଯୋଗୁଁ ଥଣ୍ଡା ଆହୁରି କମିବ। ଏଣେ ରାଜ୍ୟର ବିଭିନ୍ନ ସ୍ଥାନରେ କୁହୁଡ଼ି ପାଇଁ ବର୍ତ୍ତମାନ ପାଗ ଅନୁକୁଳ ରହୁଛି। ଗୁରୁବାର ରାତିରୁ ଆଜି ସକାଳ ମଧ୍ୟରେ ଗଞ୍ଜାମ, କନ୍ଧମାଳ, ନୟାଗଡ଼, ବୌଦ୍ଧ, ଅନୁଗୁଳ, କଟକ, ଢେଙ୍କାନାଳ, ଯାଜପୁର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର କିଛି ସ୍ଥାନରେ କୁହୁଡ଼ି ଦୃଶ୍ୟମାନ ହୋଇଛି । ଆଜି ରାତିରୁ ଶନିବାର ସକାଳ ମଧ୍ୟରେ କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୋନପୁର, ଅନୁଗୁଳ, ରାୟଗଡ଼ା ଓ କୋରାପୁଟ ଜିଲ୍ଲାରେ କୁହୁଡ଼ି ହେବା ନେଇ ପାଣିପାଗ କେନ୍ଦ୍ର ଆକଳନ କରିଛି। ଗତ ୨୪ ଘଣ୍ଟାରେ ମାଲକାନଗିରିରେ ରାଜ୍ୟର ସର୍ବାଧିକ ତାପମାତ୍ରା ରେକର୍ଡ ହୋଇଛି । ଏଠାରେ ତାପମାତ୍ରା ୩୬ ଡିଗ୍ରୀ ଛୁଇଁଛି।