Odia News Portal

ଝଡ଼ବର୍ଷା ଓ ବଜ୍ରପାତ ଆଶଙ୍କା, ୫ ଦିନ ପାଇଁ ଅଧିକାଂଶ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲେ ଏସଆରସି

ଝଡ଼ବର୍ଷା ଓ ବଜ୍ରପାତ ନେଇ ୟେଲୋୱାର୍ଣ୍ଣିଂ ଜାରି କରିଛି ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ । ଆସନ୍ତା ୫ ଦିନ ପାଇଁ ଅଧିକାଂଶ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତାକାଲି ପାଇଁ ୧୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲା ସବୁ ହେଲା କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, ଯାଜପୁର,କେନ୍ଦ୍ରାପଡ଼ା, କନ୍ଧମାଳ, ଖୋର୍ଦ୍ଧା, କଟକ, ନୟାଗଡ଼, ଗଜପତି, ଗଞ୍ଜାମ । ୨୩ ତାରିଖ ପାଇଁ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଜିଲ୍ଲାକୁ ୱାର୍ଣ୍ଣିଂ ଜାରି ହୋଇଛି। ଯଦି କ୍ଷୟକ୍ଷତି ହୁଏ ତୁରନ୍ତ ଜଣାଇବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।