Odia News Portal

ରାଜ୍ୟକୁ ଫେରିବ ଶୀତ

ଦିନକ ପରେ ରାଜ୍ୟକୁ ଫେରିବ ଶୀତ । ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୩ ତାରିଖରେ ଶୀତଲହରୀ ପାଇଁ ୫ଟି ଜିଲ୍ଲା ଝାରସୁଗୁଡ଼ା, ବରଗଡ଼, ସୋନପୁର, ସମ୍ବଲପୁର ଓ ବଲାଙ୍ଗିରକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। । ବିଶେଷ କରି ରାତି ତାପମାତ୍ରା ୩ରୁ ୫ ଡିଗ୍ରୀ ପର୍ୟ୍ୟନ୍ତ ଖସିବ। ଏବେ ରାଜ୍ୟରେ ପାଗ ଶୁଖିଲା ରହିଛି।
ଅଧିକାଂଶ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ସ୍ୱାଭାବିକ ତାପମାତ୍ରା ଠାରୁ ୧ରୁ ୨ ଡିଗ୍ରୀ ସେଲସିୟସ କମ୍ ରହିଛି। ଦକ୍ଷିଣ ଓ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ଘନକୁହୁଡ଼ିର ସମ୍ଭାବନା ରହିଥିବା କହିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।