Odia News Portal

ଶୀତରେ ଥରୁଛି ଓଡ଼ିଶା

ଶୀତରେ ଥରୁଛି ସାରା ଓଡ଼ିଶା । ରାଜ୍ୟର ସର୍ବନିମ୍ନ ତାପମାତ୍ରା ଆଜି ୨ ଡିଗ୍ରିକୁ ଖସିଛି । ଅନ୍ୟପଟେ ରାଜ୍ୟର କୌଣସି ସ୍ଥାନରେ ତୁଷାରପାତ ହୋଇନଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ରାଜ୍ୟର ୨୧ଟି ସହରର ତାପମାତ୍ରା ୧୦ ଡିଗ୍ରୀ ତଳକୁ ରହିଛି । ତେବେ ୨ ଡିଗ୍ରୀ ସହିତ କୋରାପୁଟ ଜିଲ୍ଲାର ସେମିଳିଗୁଡ଼ା ହୋଇଛି ସବୁଠୁ ଥଣ୍ଡା ସହର । ସେହିପରି ଜି. ଉଦୟଗିରିରେ ୫ଡିଗ୍ରୀ ତଳେ ରହିଥିବାବେଳେ ଫୁଲବାଣୀରେ ୫ ଡିଗ୍ରୀ ତାପମାତ୍ରା ରେକର୍ଡ ହେଉଛି ।
ତେବେ ଆସନ୍ତା ୪୮ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ଶୀତ ଲହରୀ ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ରାତିରେ ତାପମାତ୍ରା କମିବା ସହିତ ଶୀତ ବଢିବ । ସବୁଠି ଆହୁରି ୨ରୁ ୩ଡିଗ୍ରୀ ପର୍ଯ୍ୟନ୍ତ ପାରା କମିବା ନେଇ ଆକଳନ କରାଯାଉଛି ।ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ଓ ଅନୁଗୁଳରେ ସର୍ବାଧିକ ଶୀତ ଅନୁଭୂତ ହେବଉଛି । ସେହିପରି ୪୮ଘଣ୍ଟା ମଧ୍ୟରେ ଝାରସୁଗୁଡ଼ା, ଦେବଗଡ଼ ଓ ଅନୁଗୁଳରେ ପ୍ରବଳ ଥଣ୍ଡା ଲାଗି ସଚେତନ ଲାଗି ଆଲର୍ଟ କରାଯାଇଛି । ଏହି ସବୁ ଜିଲ୍ଲାରେ ରାତିରେ ଘରେ ରହିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି । ଜୁରୁରୀ ନଥିଲେ ସକାଳୁ ଘରୁ ନ ବାହାରିବା ସହିତ ଶୀତବସ୍ତ୍ର ବ୍ୟବହାର କରିବାକୁ ପରାମର୍ଶ ଦିଆଯାଇଛି ।
ତେବେ ୧୧ତାରିଖ ସକାଳ ୮ଟା ୩୦ ପର୍ଯ୍ୟନ୍ତ ପାଗ ଶୁଖିଲା ରହବ । ତେବେ କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂପୁର ଜିଲ୍ଳାର ଗୋଟିଏ ୨ଟି ସ୍ଥାନରେ ସାମାନ୍ୟ କୁହୁଡି ପଡିବ । ୧୨ତାରିଖ ସକାଳ ୮.୩୦ ମଧ୍ୟରେ କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ପୁରୀ, ଜଗତସିଂପୁର, କଟକ, କେନ୍ଦ୍ରାପଡା, ଯାଜପୁର, ଢ଼େଙ୍କାନାଳ, ଅନୁଗୁଳ, କେନ୍ଦୁଝରରେ ପାଗ ଶୁଖିଲା ସହ କୁହୁଡି ହେବାର ସମ୍ଭାବନା ରହିଛି । ସେହିପରି ଆସନ୍ତା ୨୪ଘଣ୍ଟାରେ ଭୁବନେଶ୍ୱରର ତାପମାତ୍ରା ସର୍ବାଧିକ ୨୯ଡିଗ୍ରୀ ଏବଂ ସର୍ବନିମ୍ନ ୧୩ଡିଗ୍ରୀ ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।