Odia News Portal

୨୧ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

* ବଜ୍ରପାତ ଓ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ହେବାର ସମ୍ଭାବନା |
*ରାଜ୍ୟର ଦକ୍ଷିଣ, ପଶ୍ଚିମ, ଉତ୍ତର, କେନ୍ଦ୍ରୀୟ ଓଡ଼ିଶାରେ ଘୂର୍ଣ୍ଣିଝଡ଼ର ସମ୍ଭାବନା |

ଭୁବନେଶ୍ୱର: ୨୧ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି । ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ କାଳବୈଶାଖୀ ଜନିତ ବର୍ଷା ଓ ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଛି । ରାଜ୍ୟର ଦକ୍ଷିଣ, ପଶ୍ଚିମ, ଉତ୍ତର, କେନ୍ଦ୍ରୀୟ ଓଡ଼ିଶାରେ ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଛି ।

ଜାରି ସତର୍କ ସୂଚନା ମୁତାବକ ଆସନ୍ତାକାଲି ସକାଳ ୮ଟା୩୦ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଦେବଗଡ, ଝାରସୁଗୁଡା, ସମ୍ବଲପୁର, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, ରାୟାଗଡା, ନବରଙ୍ଗପୁର, ଗଜପତି, କଳାହାଣ୍ଡି, ନୂଆପଡା, ବଲାଙ୍ଗୀର, ସୋନପୁର, ବରଗଡ, ଢ଼େଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର ପ୍ରଭୃତି ୨୧ଟି ଜିଲ୍ଲାର ଅନେକ ସ୍ଥାନରେ ବଜ୍ରପାତ ଏବଂ କୁଆପଥର ବର୍ଷା ସହିତ ବିଜୁଳି ଓ ଘଡ଼ଘଡ଼ି ସହ ପବନର ବେଗ ୪୦-୫୦ କିଲୋମିଟର ରହି କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ୨୧ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିବା ସହ କାଳବୈଶାଖୀ ଓ ବଜ୍ରପାତ ସମୟରେ ଘର ଭିତରୁ ପଦାକୁ ନ ବାହାରିବା ପାଇଁ ପରାମର୍ଶ ଦେଇଛି ପାଣିପାଗ ବିଭାଗ।