Odia News Portal

୨୪ଘଣ୍ଟାରେ ୯୩,୩୩୭ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ() ଦେଶରେ ଦିନକୁ ଦିନ କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ଗତ ୨୪ଘଣ୍ଟାରେ ୯୩,୩୩୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୨୪୭ ଜଣଙ୍କ ମୃତ୍ୟୁ ହୋଇଛି । ଏହାସହ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୩,୦୮,୦୧୫କୁ ବୃଦ୍ଧି ପାଇଛି ଓ ମୃତ୍ୟୁ ସଂଖ୍ୟା ୮୫,୬୧୯ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୪୨,୦୮,୪୩୨ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୧୦,୧୩,୯୬୪ ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।