Odia News Portal

ରାଜଭବନ ପକ୍ଷରୁ ପ୍ରକାଶ ପାଇଲା ମନ୍ତ୍ରୀଙ୍କ ତାଲିକା

ଠିକ୍ ଶପଥ ଗ୍ରହଣ ପୂର୍ବରୁ ରାଜଭବନ ପକ୍ଷରୁ ପ୍ରକାଶ ପାଇଲା ମନ୍ତ୍ରୀ ତାଲିକା। ମୁଖ୍ୟମନ୍ତ୍ରୀଙ୍କ ୨ ଉପମୁଖ୍ୟମନ୍ତ୍ରୀ ଶପଥ ନେବେ। ସେହିପରି ଶପଥ ନେବେ ୮ କ୍ୟାବିନେଟ ମନ୍ତ୍ରୀ ଓ ୫ ରାଷ୍ଟ୍ରମନ୍ତ୍ରୀ। ରାଜଭବନ ପକ୍ଷରୁ ମନ୍ତ୍ରୀମାନଙ୍କ ନାମ ଘୋଷଣା କରାଯାଇଛି। କ୍ୟାବିନେଟ ମନ୍ତ୍ରୀ ହେବେ- 

ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ଓ ୯ ରାଜ୍ୟର ମୁଖ୍ୟମନ୍ତ୍ରୀ

ଆଉ ପ୍ରାୟ ଘଣ୍ଟାଏ ପରେ ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ମୋହନ ମାଝୀ। ସେଥିପାଇଁ ଚଳଞ୍ଚଳ ହୋଇଛି ରାଜଧାନୀ ଭୁବନେଶ୍ୱର। ଶପଥ ଗ୍ରହଣ ଉତ୍ସବରେ ସାମିଲ୍‌ ହେବା ପାଇଁ ଆସିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ରମନ୍ତ୍ରୀ ଓ ୯ ରାଜ୍ୟର ମୁଖ୍ୟମନ୍ତ୍ରୀ। ଶପଥ ଗ୍ରହଉ ଉତ୍ସବ

ଓଡ଼ିଶାରେ ପହଞ୍ଚିଲେ ୪ ମୁଖ୍ୟମନ୍ତ୍ରୀ 

ଆଜି ଶପଥ ଗ୍ରହଣ ସମାରୋହ ହେବାକୁ ଥିବା ବେଳେ ଭୁବନେଶ୍ୱରରେ ପହଞ୍ଚିଛନ୍ତି ୪ ରାଜ୍ୟର ମୁଖ୍ୟମନ୍ତ୍ରୀ । ତେବେ ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ମୋହନ ଯାଦବ, ତ୍ରିପୁରା ମୁଖ୍ୟମନ୍ତ୍ରୀ ମାଣିକ ଶାହ, ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ ଏବଂ ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱନ୍ତ ପହଞ୍ଚି

ଶପଥ ଉତ୍ସବକୁ ଯିବେ ନବୀନ

କେନ୍ଦୁଝର ବିଧାୟକ ମୋହନ ଚରଣ ମାଝୀ ହେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ। ଆଜି ସେ ବିଧିବଦ୍ଧ ଭାବେ ଶପଥ ଗ୍ରହଣ କରିବେ। ଏଥିଲାଗି ଭୁବନେଶ୍ୱର ଜନତା ମଇଦାନରେ ହୋଇଛି ଭବ୍ୟ ଆୟୋଜନ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଉପସ୍ଥିତିରେ ଆୟୋଜିତ ହେବ ଶପଥ

ମୋହନଙ୍କ ମନ୍ତ୍ରିମଣ୍ଡଳରେ କିଏ ? ତାଲିକାରେ ଅଭିଜ୍ଞଙ୍କ ସହ ବହୁ ନୂଆ ମୁହଁ

ଓଡ଼ିଶା ରାଜନୈତିକ ଇତିହାସରେ ନୂଆ ଅଧ୍ୟାୟ ଲେଖାଯିବ। ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ମୋହନ ଚରଣ ମାଝୀ । ଉପମୁଖ୍ୟମନ୍ତ୍ରୀ ହେବେ କନକବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତୀ ପରିଡ଼ା । ସାଥୀରେ ଶପଥ ନେବେ ମୋହନ ସରକାରଙ୍କ ନୂଆ ମନ୍ତ୍ରିମଣ୍ଡଳ । କିଏ ରହିବେ ମୋହନଙ୍କ ମନ୍ତ୍ରିମଣ୍ଡଳରେ, ଏହାକୁ

ଶପଥ ନେବା ପୂର୍ବରୁ ଲୋକଙ୍କ ଦୁଃଖ ଶୁଣିଲେ ଭାବି ମୁଖ୍ୟମନ୍ତ୍ରୀ ମୋହନ ମାଝୀ; ଦେଲେ ଆଶ୍ୱାସନା

ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ନେବେ ମୋହନ ମାଝୀ। ତା ପୂର୍ବରୁ ସେ ରାଜଧାନୀରେ ଥିବା ଓଡ଼ିଶାର ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି। ସେ ଆଜି ସକାଳେ ଗୋପବନ୍ଧୁ ଛକ ସମେତ ରାଜଧାନୀର ବିଭିନ୍ନ ସ୍ଥାନରେ ଓଡ଼ିଶାର ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିରେ

ଆସନ୍ତାକାଲି ଅଧା ଦିନ ଛୁଟି ରହିବ ସରକାରୀ କାର୍ଯ୍ୟାଳୟ

 ଆସନ୍ତାକାଲି ଶପଥ ନେବେ ନୂଆ ମୁଖ୍ୟମନ୍ତ୍ରୀ। କାଲି (ବୁଧବାର) ଭୁବନେଶ୍ଵରର ସମସ୍ତ ସରକାରୀ କାର୍ଯ୍ୟାଳୟ ଅଧା ଦିନ ଛୁଟି ରହିବ। ଅପରାହ୍ନ ୧ଟାରୁ ଏହି ଛୁଟି ଲାଗୁ ହେବ। ରାଜସ୍ଵ ଓ ବିପର୍ଯ୍ୟୟ ପ୍ରଶମନ ପରିଚାଳନା ବିଭାଗ ପକ୍ଷରୁ ଏହି ବିଜ୍ଞପ୍ତି ଜାରି ହୋଇଛି। ତେବେ ମୁଖ୍ୟମନ୍ତ୍ରୀଙ୍କ ଶପଥ

ମୋହନ ମାଝୀ: ଶିଶୁ ମନ୍ଦିର ଗୁରୁଜୀରୁ ମୁଖ୍ୟମନ୍ତ୍ରୀ

ଓଡ଼ିଶାର ମୁଖ୍ୟମନ୍ତ୍ରୀ ହେବେ ବରିଷ୍ଠ ବିଜେପି ନେତା ମୋହନ ମାଝୀ। ଆସନ୍ତାକାଲି ରାଜ୍ୟପାଳ ରଘୁବର ଦାସ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ। ତାଙ୍କ ସହ କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ା ଉପ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। କେନ୍ଦୁଝର ସଦର ଆସନରୁ ୪ର୍ଥ ଥର ପାଇଁ

କେଭି ସିଂହଦେଓ ଏବଂ ପ୍ରଭାତୀ ପରିଡା ଉପ-ମୁଖ୍ୟମନ୍ତ୍ରୀ,ଆସନ୍ତାକାଲି ନେବେ ଶପଥ 

କେନ୍ଦୁଝର ବିଧାୟକ ମୋହନ ମାଝୀ ହେବେ ମୁଖ୍ୟମନ୍ତ୍ରୀ । ପାଟଣାଗଡ ବିଧାୟକ କେଭି ସିଂହଦେଓ ଏବଂ ନିମାପଡା ବିଧାୟିକା ପ୍ରଭାତୀ ପରିଡା ହେବେ ଉପ-ମୁଖ୍ୟମନ୍ତ୍ରୀ । ଏନେଇ ଆଜି ବିଜେପି ବିଧାୟକ ଦଳ ବୈଠକରେ ନିଷ୍ପତ୍ତି ହେଇଛି । ତେବେ ଜଣେ ମୁଖ୍ୟମନ୍ତ୍ରୀ ଏବଂ ଦୁଇ ଜଣ ଉପ-ମୁଖ୍ୟମନ୍ତ୍ରୀ

ମୋହନ ମାଝୀ ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ

କେନ୍ଦୁଝର ବିଧାୟକ ମୋହନ ମାଝୀ ହେବେ ମୁଖ୍ୟମନ୍ତ୍ରୀ । ପାଟଣାଗଡ ବିଧାୟକ କେଭି ସିଂହଦେଓ ଏବଂ ନିମାପଡା ବିଧାୟିକା ପ୍ରଭାତୀ ପରିଡା ହେବେ ଉପ-ମୁଖ୍ୟମନ୍ତ୍ରୀ । ଏନେଇ ଆଜି ବିଜେପି ବିଧାୟକ ଦଳ ବୈଠକରେ ନିଷ୍ପତ୍ତି ହେଇଛି । ତେବେ ଜଣେ ମୁଖ୍ୟମନ୍ତ୍ରୀ ଏବଂ ଦୁଇ ଜଣ ଉପ-ମୁଖ୍ୟମନ୍ତ୍ରୀ