‘ମୋଦୀ ହଟାଅ, ଦେଶ ବଞ୍ଚାଅ’ ଆହ୍ବାନରେ ଆଜିଠାରୁ ଦେଶ ବ୍ୟାପୀ ଦୁଇ ଦିନିଆ ଧର୍ମଘଟ ହେବାକୁ ଯାଉଛି। ୧୨ ଦଫା ଦାବିରେ କେନ୍ଦ୍ରୀୟ ଟ୍ରେଡ୍ ୟୁନିଅନ୍, ସ୍ବାଧୀନ ଫେଡେରେସନ୍ ଓ ଆସୋସିଏସନ ସମେତ କେନ୍ଦ୍ରୀୟ ଶ୍ରମିକ ସଂଗଠନମାନଙ୍କ ଦ୍ବାରା ଦିଆଯାଇଥିବା ଏହି ୪୮ ଘଣ୍ଟିଆ ଧର୍ମଘଟ ଡାକରାକୁ ବିଜେପିକୁ ଛାଡି ଅନ୍ୟ ରାଜନୈତିକ ଦଳ ସମର୍ଥନ ଦେଇଛନ୍ତି। ଏପରିକି କଂଗ୍ରେସ ଓ ବିଜେଡି ଶ୍ରମିକ ସାମ୍ମୁଖ୍ୟ ମଧ୍ୟ ଏହି ହରତାଳକୁ ସମର୍ଥନ ଦେବାନେଇ ପୂର୍ବରୁ ଘୋଷଣା କରିଛି । ତେବେ ଏହି ହରତାଳରେ ଭାରତ ମଜଦୁର ସଂଘ ବା ବିଏମ୍ଏସ୍ ସାମିଲହେବ ନାହିଁ ।
ଧର୍ମଘଟକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ ବିଦ୍ୟାଳୟକୁ ଛୁଟି ଘୋଷଣା କରାଯାଇଛି। ତେବେ ୯ ତାରିଖରେ ସ୍କୁଲଗୁଡ଼ିକ ବନ୍ଦ ରହିବ କି ନାହିଁ ସେନେଇ ନିଷ୍ପତ୍ତି ନିଆଯିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସଚିବ ପ୍ରଦୀପ କୁମାର ମହାପାତ୍ର କହିଛନ୍ତି।
