Odia News Portal

କୋଭିଡ ପରିଚାଳନା ଲାଗି ବିଏମସିକୁ ୨୦ କୋଟି ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି କରୋନା ଲହର । ରାଜ୍ୟବାସୀଙ୍କ ଲାଗି ଏଭଳି ଘଡ଼ିସନ୍ଧି ମୁହୂର୍ତ୍ତରେମୁଖ୍ୟମନ୍ତ୍ରୀ ଗୋଟିଏ ପରେ ଗୋଟିଏ ପ୍ୟାକେଜ୍ ରାଜ୍ୟବାସୀଙ୍କ ଲାଗି ଘୋଷଣା କରିବାରେ ଲାଗିଛନ୍ତି । ଗତକାଲି ଶିଶୁଙ୍କ ସ୍ୱାସ୍ଥ୍ୟ ଉପରେ ଗୁରୁତ୍ୱ ଦେଇଥିବା ମୁଖ୍ୟମନ୍ତ୍ରୀ ଆଜି ଭୁବନେଶ୍ୱର ମହାନଗର ନିଗମରେ କୋଭିଡ ପରିଚାଳନା ଲାଗି ଆଉ ୨୦ କୋଟି ମଞ୍ଜୁର କରିଛନ୍ତି । ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠିରୁ ଆଉ କୋଡ଼ିଏ କୋଟି ଟଙ୍କା ମଜୂର କରିଛନ୍ତି । ସୂଚନାଯୋଗ୍ୟ ଯେ ପୂର୍ବ ରୁ ଏଥିପାଇଁ ଭୁବନେଶ୍ୱର ମହାନଗର ନିଗମ କୁ ୭୭କୋଟି ଟଙ୍କା ଦିଆଯାଇଛି ।

ଭୁବନେଶ୍ୱରରେ ରାଜ୍ୟର ସର୍ବାଧିକ କୋଭିଡ଼ ହସ୍ପିଟାଲ ରହିଛି ଏବଂ ଚିକିତ୍ସିତ ରୋଗୀଙ୍କ ସଂଖ୍ୟା ମଧ୍ୟ ଏଠାରେ ସର୍ବାଧିକ ।ଚିକିତ୍ସା ପାଇଁ ରାଜ୍ୟର ବିଭିନ୍ନ ଅଞ୍ଚଳରୁ କୋଭିଡ଼ ରୋଗୀ ଭୁବନେଶ୍ୱର କୁ ଆସି ଥାନ୍ତି । ତେଣୁ ଭୁବନେଶ୍ୱରର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଏହି ଅର୍ଥ ମଞ୍ଜୁର କରାଯାଇଛି ।