Odia News Portal

ଆଜି ୪୪ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ତଳମୁହାଁ କରୋନା ମିଟର । ଦିନକୁ ଦିନ ରାଜ୍ୟରେ କମିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ତେବେ ମୃତ୍ୟୁହାର କମିବାର ନାଁ ଧରୁନି । ଗତ ୨୪ ଘଣ୍ଟାରେ ୩୫୩୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂଗରୋଧରୁ ୨୦୧୬ ଜଣ ଥିବା ବେଳେ ସ୍ଥାନୀୟ ସଂକ୍ରମିତଙ୍କ ସଂଖ୍ୟା ୧୫୧୯ ରହିଛି । ସେହିପରି ଗୋଟିଏ ଦିନରେ ୪୪ଜଣଙ୍କ ମୃତ୍ୟୁ ହୋଇଛି । ଦୈନିକ ସଂକ୍ରମିତଙ୍କ ସଂଖ୍ୟାରେ ଖୋର୍ଦ୍ଧା ଜିଲ୍ଲାରୁ ୫୩୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ରହିଛି।

ସେହିପରି ଆଉ ୪୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ ଜଣ ଅଛନ୍ତି। ଗଞ୍ଜାମ, କଳାହାଣ୍ଡି ଓ ପୁରୀ ଜିଲ୍ଲାରୁ ୪ ଜଣ ଲେଖାଏଁ ଥିବା ବେଳେ କଟକ, ଜଗତସିଂହପୁର, ଝାରସୁଗୁଡ଼ା, ରାୟଗଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ ଅଛନ୍ତି। ବରଗଡ଼, ବୌଦ୍ଧ ଓ ମୟୂରଭଞ୍ଜ ଜିଲ୍ଲାରୁ ୨ ଜଣ ଲେଖାଏଁଙ୍କ ମୃତ୍ୟୁ ଘଟିଥିବା ବେଳେ ଢେଙ୍କାନାଳ, ଗଜପତି, କନ୍ଧମାଳ, କେନ୍ଦୁଝର, ନୂଆପଡ଼ା ଓ ସମ୍ବଲପୁରରୁ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି।

ଅନୁଗୋଳ ଜିଲ୍ଲାରୁ ୨୦୭ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୯୬, ବରଗଡ଼ରୁ ୮୬, ଭଦ୍ରକରୁ ୧୮୪, ବଲାଙ୍ଗୀରରୁ ୧୮, ବୌଦ୍ଧରୁ ୫୨, ଦେବଗଡ଼ରୁ ୨୫, ଢେଙ୍କାନାଳରୁ ୫୬, ଗଜପତିରୁ ୨୭, ଗଞ୍ଜାମରୁ ୨୬, ଜଗତସିଂହପୁରରୁ ୯୦, ଝାରସୁଗୁଡ଼ାରୁ ୧୨, କଳାହାଣ୍ଡିରୁ ୩୫, କନ୍ଧମାଳରୁ ୫୬, କେନ୍ଦ୍ରାପଡ଼ାରୁ ୧୦୪, କେନ୍ଦୁଝରରୁ ୯୨, କୋରାପୁଟରୁ ୫୬, ମାଲକାନଗିରିରୁ ୬୮, ମୟୂରଭଞ୍ଜରୁ ୧୫୩, ନବରଙ୍ଗପୁରରୁ ୮୫, ନୟାଗଡ଼ରୁ ୯୫, ନୂଆପଡ଼ାରୁ ୧୫, ପୁରୀରୁ ୧୮୭, ରାୟଗଡ଼ାରୁ ୭୩, ସମ୍ବଲପୁରରୁ ୩୯, ସୋନପୁରରୁ ୩୯ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୭୬ ଜଣ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍ ପୁଲ୍ରୁ ୮୨ ଜଣ ଚିହ୍ନଟ ହୋଇଛନ୍ତି।