Odia News Portal

ବୋମା ବିସ୍ପୋରଣ, ଜଣେ ମୃତ, ୨ ଗୁରୁତର

ଗଞ୍ଜାମ() ଗଞ୍ଜାମ ବଡଗଡ ଭୀମପୁର ଗାଁରେ ଆଜି ଘଟିଯାଇଛି ଏକ ଅଭାବନୀୟ ଘଟଣା । ସେହି ଅଞ୍ଚଳରେ ବୋମା ବିସ୍ପୋରଣ ହୋଇଥିବା ସୂଚନା ମିଳିଛି । ଏହି ବୋମା ବିସ୍ଫୋରଣରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୨ ଜଣ ଗୁରୁତର ଆହତ ହୋଇଛନ୍ତି । ସେମାନଙ୍କୁ ଶେରଗଡ ମେଡିକାଲରେ ଚିକିତ୍ସା ନିମନ୍ତେ ଭର୍ତ୍ତି କରାଯାଇଛି । ତେବେ ବୋମା ଭିଡିବା ବେଳେ ଏହି ବିସ୍ଫୋରଣ ହୋଇଥିବା ଜଣାପଡିଛି ।