Odia News Portal

ବଡ଼ ଖବର, ଆଜି ଆଉ ୧୫ ମୁଣ୍ଡ ନେଲା କରୋନା, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର()  ରାଜ୍ୟ ଆଜି ୪୨୩୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୪, ମୟୁରଭଞ୍ଜ ଓ ପୁରୀରୁ ୨, ନୟାଗଡ଼, ନୂଆପଡ଼ା, ମାଲକାନଗିରି, କନ୍ଧମାଳ, ଢ଼େଙ୍କାନାଳ, କଟକ ଓ ବାଲେଶ୍ୱରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାସହ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୩୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।