Odia News Portal

ସୁନ୍ଦରଗଡ଼ରେ କରୋନା

ସୁନ୍ଦରଗଡ଼ ()ଗତକାଲି ଓଡ଼ିଶାରେ ଆଉ ୪କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ସେମାନଙ୍କ ମଧ୍ୟରୁ ୨ଜଣ ସୁନ୍ଦରଗଡ଼ ବିସ୍ରାର ବୋଲି ଜଣାପଡ଼ିଛନ୍ତି । ଏନେଇ ସ୍ପଷ୍ଟ କରିଛନ୍ତି ସୁନ୍ଦରଗଡ଼ ଜିଲ୍ଲାପାଳ । କିନ୍ତୁ ଏନେଇ ରାଜ୍ୟ ସ୍ୱାସ୍ଥ୍ୟବିଭାଗ ପକ୍ଷରୁ କୌଣସି ସୂଚନା ଦିଆଯାଇ ନାହିଁ ।
ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୪କୁ ବୃଦ୍ଧି ପାଇଛି । ସେମାନଙ୍କ ମଧ୍ୟରୁ ବର୍ତ୍ତମାନ ୪୧ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ୧୨ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି ।