Odia News Portal

ଆଜି ୧୪୯୯ କରୋନା ପଜିଟିଭ, ୫୮୫ ଲୋକାଲ କେସ

ଭୁବନେଶ୍ବର() ଆଜି ୨୯ ଜିଲ୍ଳାରୁ ୧୪୯୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୯୧୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଓ ୫୮୫ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୧୮୭୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୨୫ ଜଣ, ବାଲେଶ୍ବର ଜିଲ୍ଲାରୁ ୩୭ ଜଣ, ବରଗଡ ଜିଲ୍ଲାରୁ ୧୦ ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୧୯ ଜଣ, କଟକ ଜିଲ୍ଲାରୁ ୨୮ ଜଣ, ଦେବଗଡ ଜିଲ୍ଲାରୁ ୨ ଜଣ, ଢେଙ୍କାନାଳ ଜିଲ୍ଲାରୁ ୯୨ ଜଣ, ଗଜପତି ଜିଲ୍ଲାରୁ ୯୭ ଜଣ, ଗଞ୍ଜାମ ଜିଲ୍ଲାରୁ ୩୬୮ ଜଣ, ଜଗତସିଂହପୁର ଜିଲ୍ଲାରୁ ୧୫ ଜଣ, ଯାଜପୁର ଜିଲ୍ଲାରୁ ୧୯ ଜଣ, ଝାରସୁଗୁଡା ଜିଲ୍ଲାରୁ ୭ ଜଣ, କଳାହାଣ୍ଡି ଜିଲ୍ଲାରୁ ୪୪ ଜଣ, କନ୍ଧମାଳ ଜିଲ୍ଲାରୁ ୫୦ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୧୪ଜଣ, କେନ୍ଦୁଝର ଜିଲ୍ଲାରୁ ୧୬ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୧୪ ଜଣ, କୋରାପୁଟ ଜିଲ୍ଲାରୁ ୮୧ ଜଣ, ମାଲକାନଗିରି ଜିଲ୍ଲାରୁ ୨୬ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୩ ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୩ ଜଣ, ନୟାଗଡ ଜିଲ୍ଲାରୁ ୬୭ ଜଣ, ନୂଆପଡା ଜିଲ୍ଲାରୁ ୯ ଜଣ, ପୁରୀ ଜିଲ୍ଲାରୁ ୩୬ ଜଣ, ରାୟଗଡା ଜିଲ୍ଲାରୁ ୪୦ ଜଣ, ସମ୍ବଲପୁର ଜିଲ୍ଲାରୁ ୫୬ ଜଣ, ସୋନପୁର ଜିଲ୍ଲାରୁ ୫ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୭୫ ଜଣ ରହିଛନ୍ତି ।