Odia News Portal

କରୋନା ନେଲା ଆଉ ୧୦ ମୁଣ୍ଡ, ଜାଣନ୍ତୁ ମୃତକଙ୍କ ତଥ୍ୟ

ଭୁବନେଶ୍ୱର() ଆଜି ରାଜ୍ୟରେ ୨୬୦୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୪୯୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଖୋର୍ଦ୍ଧା ଓ କନ୍ଧମାଳରେ ୩ ଜଣ ଲେଖାଁଏ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ଗଞ୍ଜାମ, ନୟାଗଡ, ରାୟଗଡା ଓ ସୁନ୍ଦରଗଡରେ ଜଣେ ଲେଖାଁଏ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।