Odia News Portal

ରାଜ୍ୟରେ ଆଉ ୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର() ରାଜ୍ୟରେ ଆଉ ୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତ ସଂଖ୍ୟା ୧୦୦କୁ ବୃଦ୍ଧି ପାଇଛି। ସମସ୍ତ ଆକ୍ରାନ୍ତ ଯାଜପୁରର ବୋଲି ଜଣାପଡିଛି।  ୬ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪ଜଣ ଯାଜପୁର ସ୍ଥିତ ଦାସରଥପୁର ବ୍ଲକ  କଟିକଟା ପଂଚାୟତ କଟିକଟା ଗ୍ରାମର ।  ଅନ୍ୟ ଜଣେ ଦଶରଥପୁର ବ୍ଲକର ମଲ୍ଲିକାପୁର ପଂଚାୟତର।ଏନେଇ ଯାଜପୁର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ୩୪ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି । ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ଏବେ ୬୫ରେ ରହିଛି ।