Odia News Portal

ଆଜି ଆଉ ୪୨୪୧ କରୋନା ପଜିଟିଭ୍, ଖୋର୍ଦ୍ଧାରୁ ୬୪୭

ଭୁବନେଶ୍ବର() ୨୪ ଘଣ୍ଟା ମଧ୍ୟରେ ୪୨୪୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୬୭୧୬୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୫୦୨ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୭୩୯ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୮୪ଜଣ, ବାଲେଶ୍ୱର ଜିଲ୍ଲାରୁ ୧୪୧ଜଣ, ବରଗଡ଼ ଜିଲ୍ଲାରୁ ୧୪୯ଜଣ, ଭଦ୍ରକ ଜିଲ୍ଲାରୁ ୭୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୪୪ଜଣ, ବୌଦ୍ଧ ଜିଲ୍ଲାରୁ ୯୪ଜଣ, କଟକ ଜିଲ୍ଲାରୁ ୩୮୯ଜଣ, ଦେଓଗଡ଼ ଜିଲ୍ଲାରୁ ୬ଜଣ, ଢେଙ୍କାନାଳ ଜିଲ୍ଲାରୁ ୮୬ଜଣ, ଗଜପତି ଜିଲ୍ଲାରୁ ୨୩ଜଣ, ଗଞ୍ଜାମ ଜିଲ୍ଲାରୁ ୭୫ଜଣ, ଜଗତସିଂହପୁର ଜିଲ୍ଲାରୁ ୧୨୬ଜଣ, ଯାଜପୁର ଜିଲ୍ଲାରୁ ୧୫୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୧୧ଜଣ, କଳାହାଣ୍ଡି ଜିଲ୍ଲାରୁ ୧୧୪ଜଣ, କନ୍ଧମାଳ ଜିଲ୍ଲାରୁ ୧୧୬ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦୩ଜଣ, କେନ୍ଦୁଝର ଜିଲ୍ଲାରୁ ୭୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୪୭ଜଣ, କୋରାପୁଟ ଜିଲ୍ଲାରୁ ୯୮ଜଣ, ମାଲକାନଗିରି ଜିଲ୍ଲାରୁ ୨୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୪୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୦୭ଜଣ, ନୟାଗଡ଼ ଜିଲ୍ଲାରୁ ୯୪ଜଣ, ନୂଆପଡ଼ା ଜିଲ୍ଲାରୁ ୯୯ଜଣ, ପୁରୀ ଜିଲ୍ଲାରୁ ୨୯୧ଜଣ, ରାୟଗଡ଼ା ଜିଲ୍ଲାରୁନ୬୬ଜଣ, ସମ୍ବଲପୁର ଜିଲ୍ଲାରୁ ୯୧ଜଣ, ସୋନପୁର ଜିଲ୍ଲାରୁ ୧୨୯ଜଣ, ସୁନ୍ଦରଗଡ଼ ୧୫୪ଜଣ, ଷ୍ଟେଟ୍‌ ପୁଲ୍‌ରୁ ୩୩୦ଜଣ ରହିଛନ୍ତି ।