Odia News Portal

ଆଜି ଆଉ ୧୬ ମୁଣ୍ଡ ନେଲା କରୋନା, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର() ରାଜ୍ୟରେ ଆଜି  ୪୩୫୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୬ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୪, ପୁରୀରୁ ୩, କୋରାପୁଟରୁ ୩, ବାଲେଶ୍ୱର, ବଲାଙ୍ଗୀର, କଟକ, ଜଗତସିଂହପୁର, ଯାଜପୁର, ମୟୁରଭଞ୍ଜରୁ ଜଣେ  ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାସହ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୮୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।