Odia News Portal

ଆଜି ୨୧୩୮ପଜିଟିଭ, ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୬୪ ହଜାର ପାର

ଭୁବନେଶ୍ବର()  ରାଜ୍ୟ ଆଜି ୨ ହଜାର ୧୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୨୫୧ ଜଣ ଚିହ୍ନଟ ହୋଇଥିବାବେଳେ ୮୮୭ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୬୪ହଜାର ୧୪୯ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୨ ଲକ୍ଷ ୩୮ ହଜାର ୫୩୫ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨୪ ହଜାର ୪୫୭ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୦୮୯ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୩୦ଟି ଜିଲ୍ଲାରୁ ମୋଟ୍‌ ୨ ହଜାର ୧୩୮ ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୩୬୧ ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳୁରୁ ୧୫୧ ବାଲେଶ୍ବରରୁ ୫୭, ବରଗଡରୁ ୭୩, ଭଦ୍ରକରୁ ୪୭, ବଲାଙ୍ଗିରରୁ ୭୯, ବୌଦ୍ଧରୁ ୨୧, କଟକରୁ ୧୫୬, ଦେବଗଡରୁ ୯, ଢେଙ୍କାନାଳରୁ ୩୮, ଗଜପତିରୁ ୮, ଗଞ୍ଜାମରୁ ୧୮, ଜଗତସିଂହପୁରରୁ ୬୬, ଯାଜପୁରରୁ ୭୧, ଝାରସୁଗୁଡାରୁ ୫୫, କଳାହାଣ୍ଡିରୁ ୫୧, କନ୍ଧମାଳରୁ ୨୪, କେନ୍ଦ୍ରାପଡାରୁ ୭୨, କେଉଁଝରରୁ ୪୬, କୋରାପୁଟରୁ ୩୮, ମାଲକାନଗିରିରୁ ୫୫, ମୟୂରଭଞ୍ଜରୁ ୧୧୯, ନବରଙ୍ଗପୁରରୁ ୨୧, ନୟାଗଡରୁ ୩୧, ନୂଆପଡାରୁ ୪୧, ପୁରୀରୁ ୭୩, ରାୟଗଡାରୁ ୨୫, ସମ୍ବଲପୁରରୁ ୫୩, ସୋନପୁରରୁ ୮୦, ସୁନ୍ଦରଗଡରୁ ୧୩୭ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ପୁଲ୍‌ରୁ ୬୨ ଜଣ ଚିହ୍ନଟ ହୋଇଥିବାର ସୂଚନା ରହିଛି।