Odia News Portal

ଆଉ ୧୭ ଜୀବନ ନେଲା କରୋନା, ଖୋର୍ଦ୍ଧାରୁ ୫

ଭୁବନେଶ୍ବର() ଆଜି ୨୧୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୭ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୧୨୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୫ ଜଣଙ୍କର ମୃତ୍ୟୁ ହୋଇଛି, ସେମାନଙ୍କ ମଧ୍ୟରୁ ୪ ଜଣ ଭୁବନେଶ୍ୱରର ଥିବା ଜଣାପଡିଛି । କଟକ ୨ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଅନୁଗୁଳ, ବାଲେଶ୍ୱର, ଜଗତସିଂହପୁର, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ନୟାଗଡ, ପୁରୀ, ରାଉରକେଲା ଓ ସମ୍ବଲପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।