ଭୁବନେଶ୍ୱର() ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୦୬କୁ ବୃଦ୍ଧି ପାଇଛି । ଚିହ୍ନଟ ହୋଇଥିବା ଆକ୍ରାନ୍ତ ଜଣକ ମୟୁରଭଞ୍ଜର । ମୟୁରଭଞ୍ଜରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ୨୦୬ଜଣ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୬୨ଜଣ ସୁସ୍ଥ ହୋଇଛନ୍ତି ଓ ୨ଜଣଙ୍କର ମୃତ୍ୟୁ ହୋଇଛି ।