କେନ୍ଦୁଝର: ଆଜିଠୁ ଖୋଲିଲା ଘଟଙ୍ଗାଁ ମା ତାରିଣୀ ମନ୍ଦିର ।ମନ୍ଦିର ଖୋଲିବା ସହ ମାଙ୍କୁ ଦର୍ଶନ କରିବେ ଶ୍ରଦ୍ଧାଳୁ । କରୋନା କଟକଣା ପରଠାରୁ ବନ୍ଦ ରହିଥିବା ରାଜ୍ୟର ପ୍ରାୟ ସମସ୍ତ ମନ୍ଦିର ସର୍ବସାଧାରଣଙ୍କ ପାଇଁ ଖୋଲି ସାରିଥିବା ବେଳେ ଆଜିଠାରୁ ଖୋଲିଲା ଘଟଗାଁ ସ୍ଥିତ ମା’ ତାରିଣୀଙ୍କ ମନ୍ଦିର । କରୋନାକୁ ଦୃଷ୍ଟିରେ ରଖି ମନ୍ଦିର ଖୋଲିବା ପରେ ଶ୍ରଦ୍ଧାଳୁଙ୍କ ପାଇଁ ନୂଆ ନିୟମ ଜାରି କରାଯାଇଛି ।

ସକାଳ ୮ଟାରୁ ମଧ୍ୟାହ୍ନ ସାଢ଼େ ୧୨ଟା ଏବଂ ଅପରାହ୍ନ ୪ଟାରୁ ସଂଧ୍ୟା ସାଢ଼େ ୬ଟା ମଧ୍ୟରେ ସାଧାରଣ ଲୋକେ ମାଙ୍କୁ ଦର୍ଶନ କରିପାରିବେ । ୩ନମ୍ବର ଗେଟ ଦେଇ ଶ୍ରଦ୍ଧାଳୁମାନେ ମନ୍ଦିରକୁ ପ୍ରବେଶ କରିବେ , ଏବଂ ଦର୍ଶନ ପରେ ୪ନମ୍ବର ଗେଟ ଦେଇ ବାହାରକୁ ବାହାରିବେ । ଭକ୍ତ ମାନଙ୍କ ନିମନ୍ତେ ମାସ୍କ ପିନ୍ଧିବା ଏବଂ ସାନିଟାଇଜ ସହ ମନ୍ଦିର ଭିତରେ ଧାଡ଼ି ଦର୍ଶନ ବ୍ୟବସ୍ଥା ବାଧ୍ୟତାମୂଳକ କରାଯାଇଛି । ଏକାଥରେ ୨୫ରୁ ୩୦ ଜଣ ଭକ୍ତଙ୍କୁ ହିଁ ଦର୍ଶନ ସୁବିଧା ମିଳିବ । ମନ୍ଦିର ଭିତରକୁ ଭୋଗ, ଧୂପ, ଦୀପ ଓ ପୁଷ୍ପ ଆଦି ପୂଜା ସାମଗ୍ରୀ ବାରଣ କରାଯାଇଛି ।