Odia News Portal

ଗୋପବନ୍ଧୁଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଓଏସଡି ଦାୟିତ୍ବରେ ନିଯୁକ୍ତି

ଭୁବନେଶ୍ବର () ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆବାସିକ କାର୍ଯ୍ୟାଳୟରେ ପୂର୍ବତନ ପ୍ରଶାସକ ଗୋପବନ୍ଧୁ ଦାସଙ୍କୁ ଓଏସଡି ବା ଅଫିସର ଅନ ସ୍ପେଶିଆଲ ଡ୍ୟୁଡି ଭାବେ ନିଯୁକ୍ତି ନିଆଯାଇଛି । ଏନେଇ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି ।

ଗୋପବନ୍ଧୁ ଦାସ ଏବେ ମୁଖ୍ୟମନ୍ତ୍ରୀଙ୍କ ରାଜନୈତିକ ସଚିବ ଭାବେ କାର୍ଯ୍ୟ କରୁଥିବା ବେଳେ ଓଏସଡି ଭାବେ ତାଙ୍କୁ ସ୍ବତନ୍ତ୍ର ସଚିବ ପାହ୍ୟାର ସମସ୍ତ ସୁବିଧା ସୁଯୋଗ ମିଳିବ । ଅବସର ଗ୍ରହଣ ପୂର୍ବରୁ ସେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଅତିରିକ୍ତ ସଚିବ ଭାବେ କାର୍ଯ୍ୟ କରୁଥିଲେ । ଅବସର ପରେ ସେ ମୁଖ୍ୟମନ୍ତ୍ରୀଙ୍କ ରାଜନୈତିକ ସଚିବ ଭାବେ ନିଯୁକ୍ତି ପାଇଥିଲେ ।