Odia News Portal

ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ୨ ଦିନିଆ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ

ରିମାଣ୍ଡରେ ଯିବେ ବିଧାୟକ ପ୍ରଦୀପ ପାଣିଗ୍ରାହୀ।  ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ୨ ଦିନିଆ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ ଏସଆଇଟି। ପ୍ରଦୀପ ପାଣିଗ୍ରାହୀଙ୍କୁ ରିମାଣ୍ଡ ନେବାକୁ ଭୁବନେଶ୍ୱର ଏସଡ଼ିଜେଏମ୍ କୋର୍ଟ ଆଜି ଅନୁମତି ଦେଇଛନ୍ତି ।ତେବେ ରିମାଣ୍ଡ ବେଳେ ଠକେଇ ନେଇ ଅଧିକ ପଚରାଉଚରା କରିବ ଏସଆଇଟି ।ଟାଟା ମୋଟରର୍ସରେ ଚାକିରୀ କରାଇ ଦେବା ନାଁରେ ଆକାଶ ପାଠକଙ୍କ ସହ ମିଶି ପ୍ରଦୀପ ପାଣିଗ୍ରାହୀ ଲକ୍ଷାଧିକ ଟଙ୍କା ନେଇ ଆଶାୟୀ ଯୁବକ ଯୁବତୀଙ୍କୁ ଠକିଥିଲେ ।

 

ଟାଟା ମୋଟର୍ସରେ ଚାକିରି କରାଇଦେବାକୁ କହି ଆକାଶ ପାଠକଙ୍କ ସହ ମିଶି ଠକେଇ କରିଥିବାର ଲମ୍ବା ଚଉଡ଼ା ଅଭିଯୋଗ ରହିଛି ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ । ଏହି ଠକେଇ ମାମଲାର ଅଧିକ ଖୋଳତାଡ଼ କରିବ କ୍ରାଇମବ୍ରାଞ୍ଚ ଏସଆଇଟି। ପ୍ରଦୀପ ପାଣିଗ୍ରାହୀଙ୍କୁ ଗତ ୩ ତାରିଖ କ୍ରାଇମ୍‌ବ୍ରାଞ୍ଚ ଆକାଶ ପାଠକ ଲିଙ୍କକୁ ନେଇ ଗିରଫ କରିଥିଲା। ଗିରଫ ପରେ ତାଙ୍କୁ ଭୁବନେଶ୍ୱର ଏସଡ଼ିଜେଏମ୍ କୋର୍ଟରେ ହାଜର କରିଥିଲା କ୍ରାଇମ୍‌ବ୍ରାଞ୍ଚ। ଟାଟା କମ୍ପାନୀରେ ଚାକିରି କରାଇ ଦେବା ପାଇଁ ଆକାଶ ପାଠକଙ୍କ ନାଁରେ ପ୍ରଦୀପ ପାଣିଗ୍ରାହୀ ଟଙ୍କା ଆଦାୟ କରୁଥିବା ପ୍ରମାଣ ଥିବା ଦର୍ଶାଇ ପ୍ରଦୀପଙ୍କୁ କ୍ରାଇମ୍‌ବ୍ରାଞ୍ଚ ଗିରଫ କରିଥିଲା।ପ୍ରଦୀପଙ୍କ ବିରୋଧରେ ଆଇଟି ଆକ୍ଟର ସଙ୍ଗୀନ ଦଫା ଲଗାଯାଇଛି। ଠକେଇ, ଜାଲିଆତି, ଅପରାଧିକ ଷଡ଼ଯନ୍ତ୍ର ଭଳି ଅପରାଧରେ ତାଙ୍କୁ ଗିରଫ କରାଯାଇଥିଲା।