Odia News Portal

୧୯ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର() ମଧ୍ୟ ଉପକୂଳ ଓଡ଼ିଶା ଏବଂ ଏହାର ସଂଲଗ୍ନ ଅଂଚଳରେ ଲଘୁଚାପ ସୃଷ୍ଟି ହୋଇ ଦୁଇ ଦିନ ଧରି ସ୍ଥିର ରହିବା ଫଳରେ ଗୁରୁବାର ରାତିରୁ ଉପକୂଳ ଜିଲ୍ଲା ଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବିଷୟରେ ଶିକ୍ଷା ଓ ଅନୁସନ୍ଧାନ (ଡିମ୍ଡ ଟୁ ବି ୟୁନିଭର୍ସିଟି) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ଲଘୁଚାପ ସହିତ ସେହି ଅଂଚଳରେ ସମୁଦ୍ର ପତନରୁ ୭.୬ କିମି ପର୍ୟ୍ୟନ୍ତ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବା ଯୋଗୁଁ ବର୍ଷାର ପ୍ରଭାବ ଲାଗି ରହିବ ବୋଲି ସିଇସିର ନିର୍ଦ୍ଦେଶକ ଡ. ଶରତ ଚନ୍ଦ୍ର ସାହୁ କହିଛନ୍ତି । ଓଡ଼ିଶାର ଉପକୂଳ ଜିଲ୍ଲା ଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ ଗୁରୁବାର ରାତିରୁ ଶୁକ୍ରବାର ପର୍ୟ୍ୟନ୍ତ ବର୍ଷାର ପ୍ରକୋପ ଜାରି ରହିବ ବୋଲି ଜଣାପଡ଼ିଛି ।

ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଯାଜପୁର, ଖୋର୍ଦ୍ଧା, ନୟାଗଡ, ପୁରୀ, ଢ଼େଙ୍କାନାଳ, ଗଞ୍ଜାମ, କନ୍ଧମାଳ, ରାୟଗଡା, ଗଜପତି, ମାଲକାନଗିରି, ନବରଙ୍ଗପୁର, କୋରାପୁଟ, ନୂଆପଡ଼ା, ବଲାଙ୍ଗୀର , ବୌଦ୍ଧ ଏବଂ ସୋନ୍ପୁରରେ ଗୁରୁବାର ରୁ ରବିବାର (ଅର୍ଥାତ୍ ସେପ୍ଟେମ୍ବର ୫ରୁ ୮ ତାରିଖ ପର୍ୟ୍ୟନ୍ତ) ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଏହାର ପ୍ରଭାବରେ ଏହି ଚାରି ଦିନ ମଧ୍ୟରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ରାଜ୍ୟର ଅଧିକାଂଶ ଅଂଚଳରେ ହେବାର ସମ୍ଭାବନା ଥିବା ଡ. ସାହୁ କହିଛନ୍ତି ।