Odia News Portal

ଆଇଏଏସ ସ୍ତରରେ ଅଦଳବଦଳ, ଅନିଲ ସାମଲ ହେଲେ ଆରଡିସି

ଭୁବନେଶ୍ବର () ଆଜି ଆଇଏଏସ ସ୍ତରରେ ବଡ ଧରଣର ଅଦଳବଦଳ ହୋଇଛି । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଅନୁଗୁଳ ଜିଲ୍ଲାପାଳ ଅନିଲ କୁମାର ସାମଲଙ୍କୁ କେନ୍ଦ୍ରାଞ୍ଚଳ ଆରଡିସି ଭାବେ ବଦଳି କରାଯାଇଛି । ସେହିଭଳି ଝାରସୁଗୁଡା ଜିଲ୍ଲାପାଳ ବିଭୁତି ଭୁଷଣ ପଟ୍ଟନାୟକଙ୍କୁ ପର୍ଯ୍ୟଟନ ବିଭାଗର ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି । ଏବେ ଅର୍ଚ୍ଚନା ପଟ୍ଟନାୟକ ପର୍ଯ୍ୟଟନ ବିଭାଗର ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ବରେ ଅଛନ୍ତି ।

ଜଗତସିଂହପୁର ଜିଲ୍ଲାପାଳ ଜାମିନୀ ଷଢଙ୍ଗୀଙ୍କୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଯୁଗ୍ମ ସଚିବ ଭାବେ ବଦଳି କରାଯାଇଥିବା ବେଳେ ରାୟଗଡା ଜିଲ୍ଲାପାଳ ଗୁହା ପୁନମ ତାପସ କୁମାରଙ୍କୁ ଜଗତସିଂହପୁର ଜିଲ୍ଲାପାଳ ଭାବେ, ସମ୍ବଲପୁର ଜିଲ୍ଲାପାଳ ସ୍ମାରଥ ବର୍ମାଙ୍କୁ ଭୁବନେଶ୍ବର ମହାନଗର ନିଗମର କମିଶନର ଭାବେ, ବିଏମସି କମିଶନର ଥିବା ଶୁଭମ ସକ୍ସେନାଙ୍କୁ ସମ୍ବଲପୁର ଜିଲ୍ଲାପାଳ ଭାବେ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ସଚିବ ବିଭୁତି ଭୁଷମ ଦାସଙ୍କୁ ଝାରସୁଗୁଡା ଜିଲ୍ଲାପାଳ ଭାବେ ବଦଳି କରାଯାଇଛି ।

ଏଥିସହିତ ପୂର୍ତ୍ତ, ଖଣି ଓ ଇସ୍ପାତ ସଚିବଙ୍କ ବ୍ୟକ୍ତିଗତ ସଚିବ ଭାବେ ଅବସ୍ଥାପିତ ହୋଇଥିବା ପ୍ରମୋଦ କୁମାର ବେହେରାଙ୍କୁ ରାୟଗଡା ଜିଲ୍ଲାପାଳ ଭାବେ ଏବଂ ଭୁବନେଶ୍ବର ଉନ୍ନୟନ କର୍ତ୍ତୃପକ୍ଷର ସଚିବ ମନୋଜ କୁମାର ମହାନ୍ତିଙ୍କୁ ଅନୁଗୁଳ ଜିଲ୍ଲାପାଳ ଭାବେ ବଦଳି କରାଯାଇଛି ।