Odia News Portal

ଇସ୍ତଫା ଦେଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ

ଇସ୍ତଫା ଦେଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ । ରାଜଭବନରେ ରାଜ୍ୟପାଳଙ୍କୁ ଭେଟି ନିଜ ଇସ୍ତଫା ପତ୍ର ଦେଇଛନ୍ତି ଅମରିନ୍ଦର । ପୂର୍ବରୁ ଅମରିନ୍ଦର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ନେଇ ଚର୍ଚ୍ଚା ହେଉଥିଲା । ସିଦ୍ଧୁଙ୍କ ସହ ବିବାଦ ଭିତରେ ଅମରିନ୍ଦର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି । ଆଉ ଏହାସହ ପଞ୍ଜାବ ରାଜନୀତିରେ ବଡ଼ ଧରଣର ଝଡ ସୃଷ୍ଟି ହୋଇଛି । ଖାସକରି କଂଗ୍ରେସ ଶିବିରରେ ବଡ ଧରଣର ହଲଚଲ ଦେଖିବାକୁ ମିଳିଛି । ଦଳୀୟ ଅନ୍ତଃକନ୍ଦଳରେ ଅତିଷ୍ଠ ହୋଇ ଅମରିନ୍ଦର ଇସ୍ତଫା ଦେଇଥିବା ସୂଚନା । ଅମରିନ୍ଦରଙ୍କ ଇସ୍ତଫା ପରେ କିଏ ପଞ୍ଜାବର ମୁଖ୍ୟମନ୍ତ୍ରୀ ହେବ ତାହାକୁ ନେଇ ଚର୍ଚ୍ଚା ହେଉଛି । ଏପରିକି ପଞ୍ଜାବ କଂଗ୍ରେସର ଅଧ୍ୟକ୍ଷ ଥିବା ସିଦ୍ଧୁଙ୍କ ନାଁକୁ ନେଇ ଚର୍ଚ୍ଚା ଜୋର ଧରିଛି ।