Odia News Portal

କୁଚିଣ୍ଡା ହିତାଧିକାରୀଙ୍କୁ ସ୍ମାର୍ଟ ହେଲଥ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ସମ୍ବଲପୁର କୁଚିଣ୍ଡା ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୁଚିଣ୍ଡାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ କାର୍ଡ ବଣ୍ଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଧନତେରସରେ ୧୫୫୪ କୋଟି ଟଙ୍କାର ଉପହାର ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ରାଜ୍ୟ ଓ ଦେଶ ବାହାରର ପ୍ରାୟ ୨୦୦ରୁ ଅଧିକ ହସ୍ପିଟାଲରେ ଉନ୍ନତମାନର ଚିକିତ୍ସା ପାଇପାରିବେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ହିତାଧିକାରୀ । ପୁରୁଷଙ୍କ ପାଇଁ ୫ ଲକ୍ଷ ଓ ମହିଳାଙ୍କ ପାଇଁ ୧୦ ଲକ୍ଷ ଟଙ୍କାର ଚିକିତ୍ସା ସୁବିଧା ଏହି କାର୍ଡରେ ମିଳିବ । ଏହି ନୂଆ ବ୍ୟବସ୍ଥାରେ ଏହି ନୂଆ ବ୍ୟବସ୍ଥାରେ ହିତାଧିକାରୀଙ୍କୁ କୌଣସି କାଗଜପତ୍ର ଦେବାକୁ ପଡିବନି । କେବଳ କାର୍ଡ ଦେଖାଇଲେ ଚିକିତ୍ସା ସୁବିଧା ପାଇପାରିବେ ହିତାଧିକାରୀ । ଦେଶର ୨୦୦ରୁ ଅଧିକ ବଡ ବଡ ହସ୍ପିଟାଲରେ ଏହି କାର୍ଡ ଜରିଆରେ ଚିକିତ୍ସା ସୁବିଧା ମିଳିବ । ଏଭଳି ସୁବିଧା ଦେବାରେ ସାରା ଦେଶରେ ଓଡ଼ିଶା ପ୍ରଥମ । ଦେଶର ସ୍ୱାସ୍ଥ୍ୟକ୍ଷେତ୍ରରେ ଏହା ଏକ ଐତିହାସିକ ପଦକ୍ଷେପ ।