Odia News Portal

ପୁରୀରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

ପୁରୀ() ପୁରୀରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  । ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଐତିହ୍ୟ କରିଡରର ଉନ୍ନତିକରଣ କାର୍ଯ୍ୟର ସମୀକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ପୁରୀ ଗସ୍ତ କରିଛନ୍ତି । କରୋନା କଟକଣା ପରେ ଉନ୍ନତିକରଣ କାର୍ଯ୍ୟ ଆରମ୍ଭ ହୋଇଛି । ଉନ୍ନତିକରଣ କାର୍ଯ୍ୟ କେମିଛି ଚାଲିଛି ତାହା ସମିକ୍ଷା କରିବା ପାଇଁ ପୁରୀରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତାଙ୍କ ସହିତ ୫ଟି ସଚିବ ତଥା ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭି.କେ ପାଣ୍ଡିଆନ ଯାଇଛନ୍ତି ।  ଏଥି ପାଇଁ ପୋଲିସ ପ୍ରଶାସନ ଏବଂ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି ।

ପୋଲିସ ପ୍ରଶାସନ ପକ୍ଷରୁ ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ୧୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯିବା ସହ ଡଗ ସ୍କ୍ୱାଡ, ବମ ସ୍କ୍ୱାଡ ଦ୍ୱାରା ତନ୍ନ ତନ୍ନ କରି ଯାଞ୍ଚ କରାଯାଇଛି । ଆଜି ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ତଥା ପୂର୍ତ୍ତ ସଚିକ କ୍ରିଷନ କୁମାର,  କେନ୍ଦ୍ରାଞ୍ଚଳ ଡିଆଇଜି ଆଶିଷ ସିଂ, ପୁରୀ ଜିଲ୍ଲାପାଳ ବଲୱନ୍ତ ସିଂ, ଏସପି ଅଖିଳେଶ୍ଵର ସିଂ ଏବଂ ଉପଜିଲ୍ଲାପାଳ ଭବତାରଣ ସାହୁ ଶ୍ରୀମନ୍ଦିର ଚାରିପାଖ ବୁଲି ସମୀକ୍ଷା କରିବା ସହ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଥିଲେ ।