Odia News Portal

ଦୁଇ ଓଡ଼ିଆ ସହିଦଙ୍କ ପରିବାରକୁ ରାଜ୍ୟ ସରକାରଙ୍କ ୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା

ଜମ୍ମୁ-କାଶ୍ମୀର ପୁଲୱାମାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୪୦ ଜଣ ଯବାନ ସହିଦ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଅଛନ୍ତି ଦୁଇ ଜଣ ଓଡ଼ିଆ। ସେମାନେ ହେଲେ ଜଗତସିଂହପୁର ଜିଲ୍ଲା ନାଉଗାଁର ପ୍ରସନ୍ନ ସାହୁ ଓ କଟକ ଜିଲ୍ଲା ନିଆଳିର ରତନପୁର ଗାଁର ମନୋଜ କୁମାର ବେହେରା। ଏହି ଦୁଇ ସହିଦ୍ଙ୍କ ପରିବାର ପାଇଁ ୧୦ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ରାଜ୍ୟ ସରକାର।
ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ଟେଲିଫୋନ୍ କରି ଦୁଇ ସହିଦ୍ ପରିବାର ଲୋକଙ୍କ ସହିତ କଥା ହୋଇ ସମବେଦନା ଜଣାଇଥିଲେ। ପରେ ସଚିବାଳୟ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ସହିଦଙ୍କ ଅମରଆତ୍ମାର ସଦଗତି ନିମନ୍ତେ ଏକ ମିନିଟ୍ ନୀରବ ପ୍ରାର୍ଥନା କରିଥିଲେ।