Odia News Portal

ବାତ୍ୟା କ୍ଷତିଗ୍ରସ୍ତଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସାମିଲ କରିବାକୁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ। ପ୍ରଧାନମନ୍ତ୍ରୀ ଆବାସ ଯୋଜନା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି ।ଫନି ପ୍ରଭାବିତଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା । ୧୪ ଫନି ପ୍ରଭାବିତ ଜିଲ୍ଲାରେ ଓଡ଼ିଶା ସରକାରଙ୍କ ଦ୍ୱାରା ଚିହ୍ନଟ ହୋଇଥିବା କ୍ଷତିଗ୍ରସ୍ତଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି ।

ଫନି କ୍ଷତିଗ୍ରସ୍ତ ହୋଇନଥିବା ୧୬ ଜିଲ୍ଲାରୁ ୬ ଲକ୍ଷ ୭ ହଜାର ଘର ଚିହ୍ନଟ ହୋଇଛି। ୧୬ ଜିଲ୍ଲାରୁ ୬ ଲକ୍ଷ ୭ ହଜାର ହିତାଧିକାରୀ ଏହି ଯୋଜନାରୁ ବଞ୍ଚିତ ହୋଇଛନ୍ତି ।ତାଙ୍କୁ ରାଜ୍ୟ ସରକାର ଚିହ୍ନଟ କରିଥିବା କଥା ପତ୍ରରେ ମୁଖ୍ୟମନ୍ତ୍ରୀ ଉଲ୍ଲେଖ କରିଛନ୍ତି । ଏହି ୬ ଲକ୍ଷ ପରିବାରକୁ ପିଏମୱାଇ ଯୋଜନାରେ ଘର ଯୋଗାଇ ଦେବା ଦ୍ୱାରାବାତ୍ୟା କ୍ଷତିଗ୍ରସ୍ତଙ୍କୁ ନିରାପଦ ଘର ମିିଳିପାରିବ ବୋଲି ମୁଖ୍ୟମନ୍ତ୍ରୀ ମତାମତ ଦେଇଛନ୍ତି ।

ଯୋଗ୍ୟ ହିତାଧିକାରୀଙ୍କୁ ଜିଓ ଟ୍ୟାଗ ଦ୍ୱାରା ଚିହ୍ନଟ କରାଯାଉ । ଜିଓ ଟ୍ୟାଗ ପାଇଁ ମୋବାଇଲ ଆପ, ଆବାସ ୱିଣ୍ଡୋ ଖୋଲିବାକୁ ଦାବି କରିଛନ୍ତି ନବୀନ । ଏହାଦ୍ୱାରା ଫନି ପ୍ରଭାବିତ ଅଞ୍ଚଳରେ ଲୋକେ ଆବେଦନ କରିପାରିବେ ।