Odia News Portal

ଆଜି ୪୦ ମୁଣ୍ଡନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଆଜି କରୋନା ଜନ୍ଖଚ୍ଛ ମୃତ୍ୟୁ ସଂଖ୍ୟା ୪୦ ରହିଛି । ରାଜ୍ୟରେ ଦୈନିକ ସଂକ୍ରମଣ ତଳମୁହାଁ ରହିଥିବାବେଳେ ମୃତ୍ୟୁ ସଂଖ୍ୟା ଶିଖର ଛୁଉଁଛି। ଗତ ୨୪ ଘଣ୍ଟା ମଧ୍ୟରେ ୪୦ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୯୫୨କୁ ବୃଦ୍ଧି ପାଇଛି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି ।

ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୧୬୯ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୩୨୨୬ଟି ହେଉଛି ଲୋକାଲ୍ କେସ୍। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦୬୯ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୮୬୮, ଯାଜପୁରରୁ ୫୧୬, ଅନୁଗୋଳରୁ ୪୪୩, ମୟୂରଭଞ୍ଜରୁ ୩୮୪, ପୁରୀରୁ ୩୫୬ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୪୧ ଜଣ ଚିହ୍ନଟ ହୋଇଛନ୍ତି।

ବାଲେଶ୍ୱର ଜିଲ୍ଲାରୁ ୨୮୫ ଜଣ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୧୭୧, ଭଦ୍ରକରୁ ୨୩୮, ବଲାଙ୍ଗିରରୁ ୮୧, ବୌଦ୍ଧରୁ ୧୩୩, ଦେବଗଡ଼ରୁ ୫୭, ଢେଙ୍କାନାଳରୁ ୮୧, ଗଜପତିରୁ ୫୨, ଗଞ୍ଜାମରୁ ୬୯, ଜଗତସିଂହପୁରରୁ ୨୮୮, ଝାରସୁଗୁଡ଼ାରୁ ୬୬, କଳାହାଣ୍ଡିରୁ ୧୬୬, କନ୍ଧମାଳରୁ ୭୬, କେନ୍ଦୁଝରରୁ ୧୫୮, କୋରାପୁଟରୁ ୧୬୧, ମାଲକାନଗିରିରୁ ୧୧୦, ନବରଙ୍ଗପୁରରୁ ୧୯୬, ନୟାଗଡ଼ରୁ ୨୪୩, ନୂଆପଡ଼ାରୁ ୨୨, ରାୟଗଡ଼ାରୁ ୧୨୫, ସମ୍ବଲପୁରରୁ ୧୩୭, ସୋନପୁରରୁ ୯୧ ଓ ସୁନ୍ଦରଗଡ଼ରୁ ୨୬୭ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍ ପୁଲ୍ରୁ ୧୪୫ ଜଣ ଚିହ୍ନଟ ହୋଇଛନ୍ତି।

୭୩୯୫ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୬ ହଜାର ୯୪ରେ ପହଞ୍ଚିଯାଇଛି। ସେମାନଙ୍କ ମଧ୍ୟରୁ ୭ ଲକ୍ଷ ୨୪ ହଜାର ୪୦୨ ଜଣ ସୁସ୍ଥ ହୋଇସାରିଲେଣି। ୭୮ ହଜାର ୬୮୭ ଜଣ ଚିକିତ୍ସାଧୀନ ଅଛନ୍ତି।