Odia News Portal

ବିକାଶ ହେବ ନେମାଳୋ ପୀଠ

ଭୁବନେଶ୍ୱର() କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ଅନ୍ତର୍ଗତ ମହାପୁରୁଷ ଅଚ୍ୟୁତାନନ୍ଦ ଦାସଙ୍କ ପୀଠସ୍ଥଳୀ ତଥା ପ୍ରସିଦ୍ଧ ନେମାଳୋ ପୀଠର ବିକାଶ କରାଯିବ। ଏନେଇ ଆଜି ପଞ୍ଚାୟତିରାଜ, ପାନୀୟଜଳ, ଆଇନ, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି ।

ବିଭିନ୍ନ ଦୃଷ୍ଟିକୋଣରୁ ଗୁରୁତ୍ୱ ବହନ କରିଥିବା ଏହି ପୀଠକୁ ଦୈନନ୍ଦିନ ପର୍ୟ୍ୟଟକ, ଶ୍ରଦ୍ଧାଳୁଙ୍କ ଆଗମନକୁ ଦୃଷ୍ଟିରେ ରଖି ଏହି ପୀଠର ବିକାଶ ପାଇଁ ଉକ୍ତ ବୈଠକରେ ଗୁରୁତ୍ୱାରୋପ କରାଯାଇ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବାକୁ ବୈଠକରେ ନିଷ୍ପତ୍ତି ନିଆଯାଇଛି। ବିଶେଷକରି ପୀଠ ଏବଂ ଏହାର ଚତୁଃପାର୍ଶ୍ୱର ସୌନ୍ଦର୍ୟ୍ୟକରଣ, ଜନସାଧାରଣଙ୍କ ସୁବିଧା, ଆନନ୍ଦବଜାରର ଉନ୍ନତିକରଣ, ଆଲୋକୀକରଣ, ରହିବା ବ୍ୟବସ୍ଥା ଆଦି ବିଷୟରେ ଆଲୋଚନା କରାଯାଇଛି। ଏ ନେଇ ସମସ୍ତ ଆନୁସଙ୍ଗିକ ବ୍ୟବସ୍ଥା ଚୁଡ଼ାନ୍ତ କରିବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହି ବୈଠକରେ ଦେବୋତ୍ତର କମିଶନର, ପର୍ୟ୍ୟଟନ ବିଭାଗ ଯୁଗ୍ମ ସଚିବ, କଟକ ଉପଜିଲାପାଳ ପ୍ରମୁଖଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ପଦାଧିକାରୀ ଓ ସ୍ଥାନୀୟ ପ୍ରତିନିଧିମାନେ ଉପସ୍ଥିତ ଥିଲେ।